fbpx

ରାଜ୍ୟରେ ୬ ହଜାର ତଳକୁ ଖସିଲା କୋଭିଡ୍ ଦୈନିକ ସଂକ୍ରମଣ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପୁଣି ଥରେ ଧୀରେଧୀରେ କରୋନା ବଢ଼ିବାରେ ଲାଗିଛି । ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହେବା ପରଠାରୁ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହେବାରେ ଲାଗିଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ଗତ କିଛିଦିନ ତଳେ ସଂକ୍ରମଣ ୧୫ରୁ ୨୦ଟି ଜିଲ୍ଲା ମଧ୍ୟରେ ସୀମିତ ରହୁଥିବା ବେଳେ ଏବେ ଏହା ରାଜ୍ୟବ୍ୟାପୀ ମାଡ଼ିଗଲାଣି ।

ଆଜି ୫,୮୯୧ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୪୧୩ ଓ ସ୍ଥାନୀୟ ଅଞ୍ଚଳରୁ ୨୪୭୮ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୮୫୨ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୧୭ ହଜାର ୮୪୨ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୧ ଲକ୍ଷ ୩୧ ହଜାର ୯୧୭ ରହିଥିବା ବେଳେ ୭୭ ହଜାର ୩୪୦ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୦୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ ଜଣଙ୍କର ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ୩ ଜଣ, ଢେଙ୍କାନାଳ, ଯାଜପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.