ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପୁଣି ଥରେ ଧୀରେଧୀରେ କରୋନା ବଢ଼ିବାରେ ଲାଗିଛି । ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହେବା ପରଠାରୁ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହେବାରେ ଲାଗିଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ଗତ କିଛିଦିନ ତଳେ ସଂକ୍ରମଣ ୧୫ରୁ ୨୦ଟି ଜିଲ୍ଲା ମଧ୍ୟରେ ସୀମିତ ରହୁଥିବା ବେଳେ ଏବେ ଏହା ରାଜ୍ୟବ୍ୟାପୀ ମାଡ଼ିଗଲାଣି ।
ଆଜି ୧୦,୮୫୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୬୨୯୩ ଓ ସ୍ଥାନୀୟ ଅଞ୍ଚଳରୁ ୪୫୬୩ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୧୦୨୧ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ୨୨ ହଜାର ୭୩୫ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୫୨ ହଜାର ୩୯୫ ରହିଥିବା ବେଳେ ୬୧ ହଜାର ୮୦୯ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦୮୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨ ଜଣଙ୍କର ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୪୭୮କୁ ବୃଦ୍ଧି ପାଇଛି । ପୁରୀ ଓ ଜଗତସିଂହପୁରରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
6. Boudh: 38
7. Cuttack: 909
8. Deogarh: 24
9. Dhenkanal: 69
10. Gajapati: 135
11. Ganjam: 139
12. Jagatsinghpur: 222
13. Jajpur: 210
14. Jharsuguda: 211
15. Kalahandi: 144
16. Kandhamal: 42
17. Kendrapada: 75
18. Keonjhar: 84
19. Khurda: 3087
20. Koraput: 165
21. Malkangiri: 54— I & PR Department, Odisha (@IPR_Odisha) January 15, 2022
New recoveries: 2216
Cumulative tested: 26554334
Positive: 1122735
Recovered: 1052395
Active cases: 61809— I & PR Department, Odisha (@IPR_Odisha) January 15, 2022