fbpx
BJD
BJD SKY
BJD SKY

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୮ ଜଣ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଗତ କିଛିଦିନ ଧରି ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର ଅନୁମତି ଦେଇଛନ୍ତି । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ସଂକ୍ରମଣ ହଠାତ୍ ଉଦ୍ଧ୍ୱର୍ମୁଖୀ ହେବାରେ ଲାଗିଥିଲା । ତେବେ ପୁଣି ଥରେ କୋଭିଡର ଚତୁର୍ଥ ଲହର ଆସିବାର ସମ୍ଭାବନା ଦେଖାଦେଇଛି । ଦେଶର କିଛି ରାଜ୍ୟରେ ଏବେ କୋଭିଡର ସଂକ୍ରମଣ ବଢ଼ିବାରେ ଲାଗିଛି ।

ଆଜି ୮ ଜଣ କୋଭିଡ୍ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୫ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୩ ଜଣ ଚିହ୍ନଟ ହୋଇଛନ୍ତି । ଆଜି ୧୮ ବର୍ଷରୁ କମ୍ ବୟସର କୌଣସି ପିଲା ସଂକ୍ରମିତ ହୋଇ ନାହାନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୪୭୩ରେ ପହଞ୍ଚିଛି ।

ସେହିପରି ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୯ ହଜାର ୨୧୪ ଜଣ ରହିଥିବା ବେଳେ ୮୦ ସକ୍ରିୟ ଆକ୍ରାନ୍ତ ରହିଛନ୍ତି । ଖୋର୍ଦ୍ଧା ଓ ଗଞ୍ଜାମ ଜିଲ୍ଲାରୁ ୨ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.