fbpx

ରାଜ୍ୟରେ କମୁନି ମୃତ୍ୟୁସଂଖ୍ୟା: ଆଜି କରୋନାରେ ୧୫ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଧୀରେଧୀରେ କରୋନା କମିବାରେ ଲାଗିଛି । ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ରାଜ୍ୟରେ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହୋଇଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି । ବର୍ତ୍ତମାନ ଦୈନିକ ପଜିଟିଭ୍ ସଂଖ୍ୟା ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ଲାଗି ପାରୁନି ରୋକ୍ । ସଂକ୍ରମଣ ହ୍ରାସ କରିବା ପାଇଁ ରାଜ୍ୟରେ ବ୍ୟାପକ ଟିକାକରଣ, ସଚେତନତା ଆଦି ପଦକ୍ଷେପ ନିଆଯାଇଥିଲା । ବିଗତ କିଛିଦିନ ଧରି ରାଜ୍ୟରେ ଦୈନିକ ମୃତ୍ୟୁ ସଂଖ୍ୟା ୨୦ ଉପରେ ରହୁଥିବା ଦେଖାଯାଉଛି ।

ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫ ଜଣଙ୍କର ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୯୭୬କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ୩ ଜଣ, ଅନୁଗୁଳ, କଟକ ଓ ପୁରୀରୁ ୨ ଜଣ ଲେଖାଏଁ, ବାଲେଶ୍ୱର, ବରଗଡ଼, ଜଗତସିଂହପୁର, ଯାଜପୁର, ନୟାଗଡ଼ ଓ ମୟୂରଭଞ୍ଜରୁ ଜଣେ ଲେଖାଏଁ ମୃତ୍ୟୁବରଣ କରୁଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.