ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପୁଣି ଥରେ ଧୀରେଧୀରେ କରୋନା ବଢ଼ିବାରେ ଲାଗିଛି । ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହେବା ପରଠାରୁ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହେବାରେ ଲାଗିଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ଗତ କିଛିଦିନ ତଳେ ସଂକ୍ରମଣ ୧୫ରୁ ୨୦ଟି ଜିଲ୍ଲା ମଧ୍ୟରେ ସୀମିତ ରହୁଥିବା ବେଳେ ଏବେ ଏହା ରାଜ୍ୟବ୍ୟାପୀ ମାଡ଼ିଗଲାଣି ।
ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪ ଜଣଙ୍କର ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି ପାଇଛି । କଟକ, କେନ୍ଦ୍ରାପଡ଼ା, କୋରାପୁଟ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
3.A 60 years old Female of Koraput District who was also suffering from Hypertension.
4.A 88 years old Male of Sundargarh District who was also suffering from Diabetes Mellitus & Hypertension.
— H & FW Dept Odisha (@HFWOdisha) January 18, 2022