fbpx

ଜାଣନ୍ତୁ, ଆଜି କ’ଣ ରହିଛି ଆପଣଙ୍କ ରାଶିରେ (୨୮।୭ା୨୦୨୦, ମଙ୍ଗଳବାର)

ମେଷ- ଆଜି ଆପଣଙ୍କୁ ଆପଣଙ୍କ ଯୋଗ୍ୟତାର ବିକାଶ କରିବାର ସୁଯୋଗ ମିଳିପାରେ । ଏହି ସୁଯୋଗର ଆପଣ ପୂରା ଲାଭ ଉଠାନ୍ତୁ ଏବଂ ଶିକ୍ଷା କ୍ଷେତ୍ରରେ ଆପଣଙ୍କୁ ସଫଳତା ମିଳିବ ।

ବୃଷ- ଏହି କ୍ଷେତ୍ରରେ ଆପଣ ବଢ଼ାଇଥିବା ପାଦ କେବଳ ଆପଣଙ୍କ ମାନସିକ ଯୋଗ୍ୟତା ନୁହେଁ ଆପଣଙ୍କ ବ୍ୟବସାୟିକ ଦିଗରେ ମଧ୍ୟ ବହୁତ ଲାଭଦାୟକ ହେବ । ଆଜି ଆପଣଙ୍କୁ କିଛି ନୂଆ ଶିଖିବାର ଆଗ୍ରହ ଆପଣଙ୍କୁ ବ୍ୟସ୍ତ କରେଇଦେବ ।

ମିଥୁନ- ଆଜି ଦିନରେ ଆପଣ ବିଦେଶରୁ କୌଣସି ଖୁସିଖବର ପାଇ ପାରନ୍ତି । ଏହି ଖବର ବିଦେଶରେ ରହୁଥିବା କୌଣସି ବନ୍ଧୁପରିଜନ ଆପଣଙ୍କୁ ଦେବେ । ଆପଣ ତାଙ୍କର ଫୋନ କିମ୍ବା ଇମେଲର ଅପେକ୍ଷା କରନ୍ତୁ । କାରଣ ଏହି ସୁସମ୍ବାଦ ଆପଣଙ୍କ ପାଇଁ ଖୁବ୍ ଗୁରୁତ୍ତ୍ୱପୂର୍ଣ୍ଣ ।

କର୍କଟ- ଅନ୍ୟମାନଙ୍କର ଅଭିଯୋଗ ସମାଲୋଚନାକୁ ଖାତିର ନ କରି ଦିନ କଟାଇବେ ଏବଂ ଅନ୍ୟମାନଙ୍କ ସମାଲୋଚନା ଦ୍ୱାରା ନିଜେ ପ୍ରଭାବିତ ହେବେ ନାହିଁ । ପରିଶେଷରେ ଅନ୍ୟମାନେ ଆପଣଙ୍କୁ ଗ୍ରହଣ କରିବେ ।

ସିଂହ- ଆଜି ଆପଣ କୌଣସି ଉପଦେଷ୍ଠାଙ୍କର କିମ୍ବା ବରିଷ୍ଠ ବ୍ୟକ୍ତିଙ୍କର ମାର୍ଗ ଦର୍ଶନ ପାଇଁ ସାହାଯ୍ୟ ଚାହିଁବେ । ଆପଣ ବୋଧ ହୁଏ ନିଜ ଜୀବନର କୌଣସି ଦ୍ୱିଧା ବା ଅସୁବିଧା ପରିସ୍ଥିତିରୁ ବାହାରି ଆସିପାରୁ ନାହାନ୍ତି ।

କନ୍ୟା- ଆପଣତ ସେ କଳିକଜିଆର ଭାଗିଦାର ନୁହଁନ୍ତି କିନ୍ତୁ ସମାଧାନ କରିବା ପାଇଁ ଆପଣଙ୍କୁ ସାକ୍ଷୀ ରୂପରେ ଡ଼କା ଯାଇ ପାରେ, ଆପଣ କାହା ପକ୍ଷରେ ନ ଯାଇ ସତ୍ୟ ସାଙ୍ଗରେ ରହିବେ, ଏଥିରୁ ଆପଣଙ୍କ ସହକର୍ମୀ ଆପଣଙ୍କ ଠାରୁ ବହୁତ ପ୍ରଭାବିତ ହେବେ ।

ତୁଳା- ଆଜି ଆପଣଙ୍କୁ ନିଜର ବିଚ଼ାରକୁ ସ୍ପଷ୍ଟତାରେ ଅଭିବ୍ୟକ୍ତ କରିବା ପାଇଁ ଚ଼େଷ୍ଟା କରିବା ଉଚ଼ିତ୍ । ଆପଣ ବହୁତ ଭଲ ବିଚ଼ାରରେ ଭର୍ତି ଅଛନ୍ତି କିନ୍ତୁ ଏ ବିଚ଼ାର ନିଜର ସହତ୍ତ୍ୱ ହଜାଇ ଦେବେ ଯଦି ଆପଣ ତାକୁ ଠିକ୍ ଭାବରେ ବ୍ୟକ୍ତ ନକରିପାରିବେ ।

ବିଛ- ଆଜି ଆପଣ କୌଣସି ଏକ ସାମାଜିକ ସମାରୋହର ଭାଗ ନେବେ । ଏହି ସମାରୋହର ଆପଣଙ୍କ ସମ୍ପର୍କୀୟଙ୍କ ଘରେ ମଧ୍ୟ ହୋଇପାରେ । ଏହି ସମାରୋହରେ ଯିବା ଦ୍ୱାରା ଆପଣଙ୍କୁ ବହୁତ ଖୁସି ଲାଗିବ ।

ଧନୁ- ଆଜି ଆପଣଙ୍କର ଘର ଉପରେ ଖୁସି ବିଛାଇ ହୋଇଥିବ । ଏହି ଅବସରର ଲାଭ ଉଠାଇବା ସହିତ ଆପଣ ସେହି ଲୋକଙ୍କ ସହିତ ମିସିପାରିବେ ଯାହାକୁ ଆପଣ ଅଧିକ ସମୟ ଧରି ମିସି ନଥିବେ । ଆଜି ଆପଣ ସବୁ ଅସୁବିଧାକୁ ଗୋଟିଏ ଆଡକୁ ରଖି ନିଅନ୍ତୁ ।

ମକର- ଆପଣଙ୍କର ଏବଂ ଆପଣଙ୍କ ପରିବାର ମଧ୍ୟରେ ସମସ୍ୟା ଗୁରୁତ୍ୱ ପୂର୍ଣ୍ଣ ଭାବରେ ଚାଲୁଅଛି । ଯଦି ଆପଣଙ୍କର ମଧ୍ୟରେ ଝଗଡା ଚାଲିଥାଏ ଏବଂ କଥାବାର୍ତ୍ତା ମାଧ୍ୟମରେ ସମାଧାନ ନ ହୁଏ ତେବେ ଆପଣ ନିଜ ପରିବାର ଲୋକଙ୍କୁ ଅଧିକ ସମୟ ଦେବା ଉଚିତ ହେବ ।

କୁମ୍ଭ- ଆଜି ଆପଣ କୌଣସି ସାମାଜିକ ସମାରୋହ ପରେ ନିଜ ଘରକୁ ସଜାଡିବାରେ ଲାଗି ଯିବେ । ଘରକୁ ଠିକ୍ ଠାକ୍ କରନ୍ତୁ । କିଛି ଆରାମ ମଧ୍ୟ କରନ୍ତୁ । ଆପଣ ସମାରୋହର ଖୁବ୍ ମଜ୍ଜା ନିଅନ୍ତୁ । କିନ୍ତୁ ନିଜ ଦାୟୀତ୍ୱ ସବୁ ତୁଲାଇବାର ସମୟ ଆଜି ।

ମୀନ- ଆଜି ଆପଣ ନିଜ ବୁଦ୍ଧିକୁ ନିଜେ ଆର୍କଷିତ କରିବେ । ଗୋଟିଏ ଭଲ ବିଷୟ ପ୍ରତି ଆପଣଙ୍କର ଅଧିକ ରୁଚ଼ି ବଢ଼ିବ । ଏହି ପ୍ରକାର ଅଲଗା ଅଲଗା ବିଷୟରେ ନିଜର ଜ୍ଞାନ ବଢ଼ାଇବା ଦ୍ୱାରା ଆପଣଙ୍କୁ ଲାଭ ହେବ ।

Get real time updates directly on you device, subscribe now.