fbpx

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ଜାଣନ୍ତୁ କେଉଁ ଜିଲ୍ଲାର

ଭୁବନେଶ୍ୱର, ୨୭ା୬(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏଥିସହିତ ରାଜ୍ୟରେ କରୋନାରେ ମୃତ୍ୟୁ ସଂଖ୍ୟା ୧୮କୁ ବୃଦ୍ଧି ପାଇଛି । ମୃତକ ଜଣକ ଗଞ୍ଜାମ ଜିଲ୍ଲାର ୬୭ବର୍ଷୀୟ ବୃଦ୍ଧ । ମୃତ ବୃଦ୍ଧ ଜଣକ କରୋନା ସହିତ ଅନ୍ୟ ରୋଗରେ ମଧ୍ୟ ପୀଡ଼ିତ ଥିଲେ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୬୩୫୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪୪୩୨ଜଣ ସୁସ୍ଥ ହୋଇଛନ୍ତି ଓ ୧୯୦୨ ଜଣ ଏବେ ବି ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Get real time updates directly on you device, subscribe now.