ଭୁବନେଶ୍ୱର, ୨୦ା୬(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି । ମୃତ ବ୍ୟକ୍ତି ଜଣକ ପୁରୀ ଜିଲ୍ଲାର ୬୦ ବର୍ଷର ବୃଦ୍ଧ । ବହୁ ଦିନରୁ ସେ ଶ୍ୱାସ ଜନିତ ରୋଗରେ ପୀଡ଼ିତ ଥିଲେ ।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
Regret to report the death of a 60-year old Covid positive Male of Puri district, while under treatment at hospital.
He was also suffering for long from Chronic Obstructive Pulmonary Disease.
— H & FW Dept Odisha (@HFWOdisha) June 20, 2020
ଓଡ଼ିଶାରେ ୪୮୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୨ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୩୨୯୭ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ଓ ୧,୫୪୩ ଜଣ ଚିକିତ୍ସାଧୀନ ଅଛନ୍ତି ।