fbpx

ଆଜି ଓଡିଶା ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର,୭ ।୧୨(ଓଡିଶା ଭାସ୍କର): ଆଜିଠାରୁ ୨ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ସନ୍ଧ୍ୟା ୭ଟାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ବାୟୁସେନାର ସ୍ବତନ୍ତ୍ର ବିମାନଯୋଗେ ଭୁବନେଶ୍ୱର ସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରେ ଅବତରଣ କରିବେ। ଏହାପରେ ବିମାନବନ୍ଦରରୁ ରାଷ୍ଟ୍ରପତି କୋବିନ୍ଦ ସିଧାସଳଖ ରାଜଭବନ ଅଭିମୁଖେ ଯିବେ। ସେଠାରେ ରାଷ୍ଟ୍ରପତି ରାତ୍ରି ଯାପନ କରିବେ। ୮ ଡିସେମ୍ବର ସକାଳେ ରାଷ୍ଟ୍ରପତି ଖୋର୍ଦ୍ଧାର ବରୁଣେଇ ଅଭିମୂଖେ ଯାତ୍ରା କରିବେ। ଆସନ୍ତାକାଲି ପାଇକ ବିଦ୍ରୋହ ୨୦୦ ବର୍ଷ ପୂର୍ତ୍ତ ଅବସରରେ ସହିଦ ସ୍ମାରକୀର ଶିଳାନ୍ୟାସ କରିବେ । ଏହା ସହ ଖୋର୍ଦ୍ଧା ବରୁଣେଇରେ ସ୍ମାରକୀର ଶିଳାନ୍ୟାସ କରିବେ ରାଷ୍ଟ୍ରପତି । ଏଥି ସହ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ୍ ଜୁବୁଲି ଉତ୍ସବରେ ରାଷ୍ଟ୍ରପତି ଯୋଗଦେବେ ।

ତେବେ ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ଏଥି ପାଇଁ କମିଶନରେଟ୍ ପୁଲିସ ପକ୍ଷରୁ ପ୍ରାୟ ୫୦ ପ୍ଲାଟୁନ୍ ପୁଲିସ ମୁତୟନ କରାଯିବାର ସୂଚନା ମିଳିଛି ।ସୁରକ୍ଷା ଦାୟିତ୍ୱରେ ରହିବେ ଡିସିପି ଅନୁପ କୁମାର ସାହୁ । ଏହା ସହ ଭୁବନେଶ୍ୱର ବିମାନବନ୍ଦର, ରାଜଭବନ, ଖୋର୍ଦ୍ଧା ବରୁଣେଇ ପୀଠ, ଉତ୍କଳ ବିଶ୍ୱବିଦ୍ୟାଳୟ ପରିସରରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି ।

Get real time updates directly on you device, subscribe now.