fbpx

Breaking: ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ: ଶ୍ରୀମନ୍ଦିରରେ ଆଜି ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ । ଆଜି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ବନକ ଲାଗି ନୀତି । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ସ୍ୱତନ୍ତ୍ର ନୀତି ହେବ । ଗୁପ୍ତ ନୀତି ପାଇଁ ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ସଂଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

ଶ୍ରୀଜୀଉମାନଙ୍କ ଶ୍ରୀମୁଖ ଶୃଙ୍ଗାର ତଥା ବନକଲାଗି ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମୟରେ ଗର୍ଭଗୃହର ସମସ୍ତ ଦ୍ୱାର ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ପରେ ଦତ୍ତମହାପାତ୍ର ସେବକମାନେ ଗର୍ଭଗୃହରେ ପ୍ରବେଶ କରିବେ । ଏହାପରେ ବନକଲାଗି ଗୁପ୍ତ ନୀତି ସମାପନ ହେବ । ବନକଲାଗି ପରେ ମହାପ୍ରଭୁଙ୍କ ମହାସ୍ନାନ ନୀତି ଅନୁଷ୍ଠିତ ହେବ । ମହାସ୍ନାନ ପରେ ଶ୍ରଦ୍ଧାଳୁମାନେ ପୁଣି ଶ୍ରୀବିଗ୍ରହମାନଙ୍କ ଦର୍ଶନ କରିପାରିବେ ।

Get real time updates directly on you device, subscribe now.