fbpx

ଆଜି ଶ୍ରୀମନ୍ଦିରରେ ରୁକ୍ମିଣୀ ହରଣ ଏକାଦଶୀ, ୩ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

Advertisement

ପୁରୀ: ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥିକୁ ରୁକ୍ମିଣୀ ହରଣ ଏକାଦଶୀ ବୋଲି ମଧ୍ୟ କୁହାଯାଏ । ଏହି ପବିତ୍ର ତିଥିରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା ଏବଂ ନୀତିକାନ୍ତି ପାଇଁ ବନ୍ଦ ରହିବ ଦର୍ଶନ । ଅପରାହ୍ନ ୨ଟାରୁ ୫ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ ।

ଅପରପକ୍ଷରେ ଦେବସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା ପାଇଁ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ନୀତିକାନ୍ତି ଓ ସେବାୟତଙ୍କ କାର୍ଯ୍ୟ ସମ୍ପାଦନା ଉପରେ ଆଲୋଚନା କରାଯିବ । ମୁଖ୍ୟ ପ୍ରଶାସକ, ଦଇତାପତି ନିଯୋଗ ସଭାପତି ଓ ସମ୍ପାଦକ ଏହି ବୈଠକରେ ଉପସ୍ଥିିତ ଉପସ୍ଥିିତ ଥିବା ଜଣାପଡ଼ିଛି । ନିକଟରେ ଶ୍ରୀମନ୍ଦିରର ୪ ଦ୍ୱାର ଖୋଲିବା ପରେ ପୁରୀକୁ ଭକ୍ତଙ୍କ ସୁଅ ଛୁଟିବାରେ ଲାଗିଛି । ଆଗକୁ ସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା ଥିବାରୁ ପୁରୀରେ ଭକ୍ତଙ୍କ ଭିଡ଼ ଦ୍ୱିଗୁଣିତ ହେବାର ସମ୍ଭାବନା ରହିଛି । ତେଣୁ ବର୍ତ୍ତମାନ ପୁରୀରେ ଭକ୍ତଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ଏକ ବଡ଼ ଆହ୍ୱାନ ପାଲଟିଛି ।

 

Get real time updates directly on you device, subscribe now.