ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର ଅନୁମତି ଦେଇଛନ୍ତି । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ସଂକ୍ରମଣ ହଠାତ୍ ଉଦ୍ଧ୍ୱର୍ମୁଖୀ ହେବାରେ ଲାଗିଥିଲା । ମାତ୍ର ଫେବୃଆରୀ ମାସ ଆରମ୍ଭରୁ ପୁଣି ଥରେ ସଂକ୍ରମଣ କମିବାରେ ଲାଗିଥିଲା । ଏହାପରେ ଚଳିତ ମାର୍ଚ୍ଚ ମାସରେ ମଧ୍ୟ ଧୀରେଧୀରେ ଦୈନିକ ପଜିଟିଭ୍ ଓ ମୃତ୍ୟୁ ସଂଖ୍ୟାରେ ହ୍ରାସ ପରିଲକ୍ଷିତ ହୋଇଛି ।
ଆଜି ୬୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୬ ଓ ସ୍ଥାନୀୟ ଅଞ୍ଚଳରୁ ୨୪ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୧୩ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୨୮୫ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୭ ହଜାର ୫୮୦ ରହିଥିବା ବେଳେ ୫୩୬ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
8. Jajpur: 5
9. Kendrapada: 3
10. Khurda: 6
11. Koraput: 4
12. Mayurbhanj: 3
13. Nayagarh: 1
14. Rayagada: 1
15. Sambalpur: 2
16. Sundargarh: 9
17. State Pool: 2New recoveries: 83
Cumulative tested: 30312394
Positive: 1287285
Recovered: 1277580
Active cases: 536— I & PR Department, Odisha (@IPR_Odisha) March 23, 2022