fbpx
BJD SKY
BJD SKY

ଆଜି ରାଜ୍ୟ କ୍ୟାବିନେଟ୍‍, ଏହିସବୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମିଳିପାରେ ମଂଜୁରୀ

BJD

ଭୁବନେଶ୍ୱର: ଆଜି ସନ୍ଧ୍ୟା ସାଢ଼େ ୬ଟାରେ ରାଜ୍ୟ କ୍ୟାବିନେଟ୍‍ର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ନଗର ଉନ୍ନୟ, ବାଣିଜ୍ୟ ଓ ପରିବହନ ସମେତ ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଂଜୁରୀ ମିଳିବାର ଆଶା କରାଯାଉଛି । ଆଗକୁ ସାଧାରଣ ନିର୍ବାଚନ ଥିବାରୁ ଏହା ପୂର୍ବରୁ ରାଜ୍ୟର ସବୁ ବର୍ଗଙ୍କ ବିକାଶକୁ ଦୃଷ୍ଟିରେ ରଖି କେତେକ ଗୁରୁତ୍ୱପୂର୍ଣ୍ଣ ଯୋଜନା ସଂପର୍କରେ ନିଷ୍ପତ୍ତି ନିଆଯିବାର ପ୍ରସ୍ତାବ ରହିଛି ବୋଲି ଜଣାପଡ଼ିଛି ।

ନିକଟରେ ବସିଥିବା ବୈଠକରେ ୧୪ଟି ବିଭାଗର ୨୭ଟି ପ୍ରସ୍ତାବକୁ କ୍ୟାବିନେଟ୍ ମୋହର ବାଜିଛି। ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କ ପାଇଁ ବଡ ଘୋଷଣା କରାଯାଇଛି। ଖାଦ୍ୟ ସୁରକ୍ଷା ଯୋଜନାରେ ପ୍ରତି ପରିବାରକୁ ମିଳିବ ୧ ହଜାର ଟଙ୍କା । ପରିବାର ପିଛା ୧ ହଜାର ଟଙ୍କା ଓ ୨ଟି ଝୋଟ ବ୍ୟାଗ୍‌ ମିଳିବ । ଅତ୍ୟାବଶ୍ୟକ ସାମଗ୍ରୀ କ୍ରୟ କରିବାକୁ ମିଳିବ ଏହି ଟଙ୍କା ଓ ବ୍ୟାଗ୍‌ । ରାଜ୍ୟର ୯୫ ଲକ୍ଷ ୯୦ ହଜାର ହିତାଧିକାରୀ ଉପକୃତ ହେବେ । ଯୋଜନାରେ ରାଜ୍ୟ ସରକାର ୯୫୯.୫ କୋଟି ଖର୍ଚ୍ଚ କରିବେ।

ଯୁବବର୍ଗଙ୍କ ଲାଗି ସ୍ବୟଂ ଯୋଜନାକୁ କ୍ୟାବିନେଟ ମଞ୍ଜୁରି ମିଳିଛି। ଗ୍ରାମୀଣ ଛାତ୍ର ଓ ଯୁବକଙ୍କ ଲାଗି ସୁଧ ମୁକ୍ତ ବ୍ୟାଙ୍କ ଋଣ ପ୍ରଦାନ କରାଯିବ। ୧ ଲକ୍ଷ ଟଙ୍କା ସୁଧମୁକ୍ତ ଋଣ ମିଳିବ । ୧୮ରୁ ୩୫ ବର୍ଷ ବୟସ ସୀମା ରହିଛି। ଋଣ ଶୁଝିବା ଅବଧି ୪ ବର୍ଷ ରହିବ। ଏଥିପାଇଁ ୪୪୮ କୋଟି ଟଙ୍କା ବ୍ୟୟବରାଦ ରହିଛି। ସହରାଞ୍ଚଳ ଯୁବକଯୁବତୀ ଲାଗି ଯୁବ ଉଦ୍ୟମ ସହରୀ ଯୋଜନା । ରାଜ୍ୟର ସହରାଞ୍ଚଳ ଯୁବକଯୁବତୀଙ୍କ ସୁଧମୁକ୍ତ ଋଣ ପ୍ରଦାନ କରାଯିବ । ଏସ୍‌ସି/ଏସ୍‌ଟି ଓ ଦିବ୍ୟାଙ୍ଗଙ୍କ କ୍ଷେତ୍ରରେ ସର୍ବାଧିକ ବୟସ ସୀମା ୪୦ ବର୍ଷ ରହିଛି।

Get real time updates directly on you device, subscribe now.