fbpx

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୩ ଜଣ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଗତ କିଛିଦିନ ଧରି ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର ଅନୁମତି ଦେଇଛନ୍ତି । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ସଂକ୍ରମଣ ହଠାତ୍ ଉଦ୍ଧ୍ୱର୍ମୁଖୀ ହେବାରେ ଲାଗିଥିଲା । ତେବେ ପୁଣି ଥରେ କୋଭିଡର ଚତୁର୍ଥ ଲହର ଆସିବାର ସମ୍ଭାବନା ଦେଖାଦେଇଛି । ଦେଶର କିଛି ରାଜ୍ୟରେ ଏବେ କୋଭିଡର ସଂକ୍ରମଣ ବଢ଼ିବାରେ ଲାଗିଛି ।

ଆଜି ୩ ଜଣ କୋଭିଡ୍ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧ ଜଣ ଚିହ୍ନଟ ହୋଇଛନ୍ତି । ଆଜି ୧୮ ବର୍ଷରୁ କମ୍ ବୟସର କୌଣସି ପିଲା ସଂକ୍ରମିତ ହୋଇନାହାନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୩୯୦ରେ ପହଞ୍ଚିଛି ।

ସେହିପରି ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୯ ହଜାର ୧୨୭ ଜଣ ରହିଥିବା ବେଳେ ୮୪ ସକ୍ରିୟ ଆକ୍ରାନ୍ତ ରହିଛନ୍ତି । ବାଲେଶ୍ୱର, କଟକ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.