fbpx
BJD SKY
BJD SKY

ବିଶ୍ୱ ପାଳୁଛି ଭାଲେଣ୍ଟାଇନ୍ ଡେ; ପ୍ରେମୀ ଯୁଗଳଙ୍କ ପାଇଁ ଦିନଟିଏ

BJD

ଓଡ଼ିଶା ଭାସ୍କର ବ୍ୟୁରୋ: ପ୍ରେମ ଶାଶ୍ୱତ, ପ୍ରେମ ଚିରନ୍ତନ ଓ ପ୍ରେମ ହେଉଛି ନୈସର୍ଗିକ । ପ୍ରେମ ମାନେ’ନା କୌଣସି ବାଡ଼ ବତା । ଜାତି ଧର୍ମ ବର୍ଣ୍ଣ ସବୁର ଉପରେ ଭଲ ପାଇବାର ପରିଭାଷା । ସାଥୀ ପାଇଁ କେବଳ ଉତ୍ସର୍ଗ ହିଁ ପ୍ରେମ । ସେଂଟ ଭାଲେଣ୍ଟାଇନଙ୍କୁ ମନେ ପକାଇବା ପାଇଁ ଆଜି ପରି ଦିନ ଟିଏ, ଭଲ ପାଇବାର ଦିନଟିଏ ।

ଆଜି ହେଉଛି ଭାଲେଂଟାଇନ୍ ଡେ । ପ୍ରେମ ପାଇଁ ଦିନଟିଏ । ପ୍ରେମର ଏହି ଦିନ ପାଳିବାକୁ ପ୍ରତିବର୍ଷ ଅପେକ୍ଷା କରିଥାନ୍ତି ପ୍ରେମୀଯୁଗଳ । ଭଲ ପାଉଥିବା ସାଥୀକୁ ଆପଣାର କରିବା ପାଇଁ ସମସ୍ତେ ବ୍ୟସ୍ତ । ଦୋକାନ ବଜାରରେ ବିକ୍ରି ଚାଲିଛି ଉପହାର ଆଉ ଗୋଲାପ ଫୁଲ । ସେପଟେ କିଛି ସାମାଜିକ ଅନୁଷ୍ଠାନ ଏହି ଦିବସକୁ ମାତୃପିତୃ ପୂଜନ ଦିବସ ଭାବେ ମଧ୍ୟ ପାଳନ କରୁଛନ୍ତି । ଆଉ ବଜରଙ୍ଗ ଦଳ ଏହାକୁ ପାଶ୍ଚାତ୍ୟ ସଭ୍ୟତାର ସଂସ୍କୃତି କହି ବିରୋଧ ପାଇଁ ସଜବାଜ ହେଉଛି । ଭଲ ପାଇବା ପାଇଁ, ପ୍ରେମର ପରିଭାଷା ପରିପ୍ରକାଶ ପାଇଁ ଗୋଟିଏ ଜୀବନ ବି କମ ପଡିଯାଏ । ଦିନ ଟିଏ ତ କିଛି ନୁହେଁ । ତଥାପି ହସଖୁସି ଭିତରେ ସାଥୀ ସହ ସମୟ ବିତେଇବା ପାଇଁ ଆଜି ଦିନର ପରିକଳ୍ପନା ।

 

Get real time updates directly on you device, subscribe now.