ଆଜି ପବିତ୍ର ରଥଯାତ୍ରା, ମଣିମାଙ୍କ ଅପେକ୍ଷାରେ ବଡ଼ଦାଣ୍ଡ

ଆଜି ହେଉଛି ପବିତ୍ର ଆଷାଢ ଶୁକ୍ଳ ପକ୍ଷ ଦ୍ୱିତୀୟା । ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ଚତୁର୍ଦ୍ଧାମୂର୍ତ୍ତିଙ୍କ ନବଦିନାତ୍ମକ ଯାତ୍ରା ।

ପୁରୀ: ଆଜି ହେଉଛି ପବିତ୍ର ଆଷାଢ ଶୁକ୍ଳ ପକ୍ଷ ଦ୍ୱିତୀୟା । ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ଚତୁର୍ଦ୍ଧାମୂର୍ତ୍ତିଙ୍କ ନବଦିନାତ୍ମକ ଯାତ୍ରା । ସିଂହଦ୍ବାର ଚକଡ଼ାରେ ତିନିରଥ ବିଜେ । ଭାଇଭଉଣୀଙ୍କୁ ସାଙ୍ଗରେ ଧରି ଯାତ୍ରାରେ ବାହାରି ପଡିବେ କାଳିଆ ସାଆନ୍ତେ । ନନ୍ଦିଘୋଷ, ଦର୍ପଦଳନ, ତାଳଧ୍ବଜ ରଥ ସବୁ ପ୍ରସ୍ତୁତ । ତିନି ରଥରେ ବିରାଜମାନ କରିବେ ଶ୍ରୀବିଗ୍ରହ ।

ସେପଟେ ଆକାଶରୁ ଝରୁ ପଡ଼ୁଛି ପୁଷ୍ପରୂପୀ ବର୍ଷା । ଆଉ ମହାପ୍ରଭୁଙ୍କ ଆଗମାନ ପାଇଁ ଯେମିତି ଚାହିଁ ରହିଛି ଏ ବ୍ରହ୍ମାଣ୍ଡ । ଶ୍ରୀକ୍ଷେତ୍ରରେ ଲକ୍ଷ ଲକ୍ଷ ଭକ୍ତଙ୍କ ଲାଗିଗଲାଣି ଭିଡ଼ । ମହାପ୍ରଭୁଙ୍କ ଅପେକ୍ଷାରେ ଶ୍ରଦ୍ଧାଳୁ । ଝାଞ୍ଜ, କୀର୍ତ୍ତନ, ଜୟ ଜଗନ୍ନାଥ ଧ୍ବନିରେ କମ୍ପୁଛି ବଡ ଦାଣ୍ଡ ।

ଏହାସହ ଓଡ଼ିଶୀ ନୃତ୍ୟ ଶିଳ୍ପୀମାନେ ମହାପ୍ରଭୁଙ୍କ ରଥ ଆଗରେ ନିଜର ନୃତ୍ୟ ପରିବେଷଣ କରି ନିଜକୁ ଧନ୍ୟ ମନେ କରୁଛନ୍ତି । ବଡ଼ ଦାଣ୍ଡରେ ଭକ୍ତିମୟ ପରିବେଶ ।