ଆଜି ମାଘ ସପ୍ତମୀରେ ଏହି ରାଶିଙ୍କର ହେବ ଖୋଲିବ ଭାଗ୍ୟ, ଦୃଢ ହେବ ଆର୍ଥିକ ସ୍ଥିତି

ପଢନ୍ତୁ ଆଜିର ରାଶିଫଳ, କେମିତି କଟିବ ଆଜିର ଦିନ

ଓଡ଼ିଶା ଭାସ୍କର: ଆଜି ମାଘ ଶୁକ୍ଳ ପକ୍ଷର ସପ୍ତମୀ ତିଥି ଏବଂ ମଙ୍ଗଳବାର। ସପ୍ତମୀ ତିଥି ଆଜି ରାତି ୨ଟା ୩୧ ମିନିଟ ପର୍ଯ୍ୟନ୍ତ ରହିବ। ଆଜି ରାତି ୧୨ଟା ୬ ମିନିଟ ପର୍ଯ୍ୟନ୍ତ ଶୁଭ ଯୋଗ ରହିବ। ଏଥିସହ ରାତି ୯ଟା ୫୦ ମିନିଟ ପର୍ଯ୍ୟନ୍ତ ଅଶ୍ୱିନୀ ନକ୍ଷତ୍ର ରହିବ।

ଆଜି ମାଘ ସପ୍ତମୀର ବ୍ରତ କରାଯିବ। ଏହା ବ୍ୟତୀତ ଆଜି ଦ୍ୱିପ୍ରହର ୩ଟା ୧୦ ମିନିଟରେ ଗୁରୁ ମାର୍ଗି ହେବ। ତେବେ ଆସନ୍ତୁ ଜାଣିବା କେମିତି କଟିବ ଆଜିର ଦିନ..

ମେଷ: କାର୍ଯ୍ୟଦକ୍ଷତା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ସୁନାମ ଓ ସଫଳତା ଅର୍ଜନ କରିବେ । କେତେକ ଅସହିଷ୍ଣୁ ମନୋଭାବର ପରଶ୍ରୀକାରତ ବନ୍ଧୁଙ୍କ ଅସମ୍ମାନଜନିତ କଥାରୁ କଳହ ହୋଇପାରେ।

ବୃଷ: ପ୍ରତ୍ୟେକ କ୍ଷେତ୍ରରେ ଯାହା କରିବେ ଭଲ ରୂପେ ଭାବି ଚିନ୍ତି କରିବା ଭଲ ହେବ । ପ୍ରସ୍ତୁତି ପଥରେ ଥିବା କାମଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପଡିବ ।

ମିଥୁନ: ପାରିବାରିକ ସମସ୍ୟା ଓ ଅର୍ଥର ବୋଝ ମନକୁ ବିଚଳିତ କରିବ । କର୍ମକ୍ଷେତ୍ରରେ ଅନ୍ୟକୁ କୈଫିୟତ୍ ଦେବାକୁ ପଡିପାରେ ।

କର୍କଟ: ଆଜି ଦିନଟି ସାମଗ୍ରିକ ଦୃଷ୍ଟି କୋଣରୁ ବିଶେଷ ଆନନ୍ଦ ପ୍ରଦାନ କରିବ । ଈର୍ଷାପରାୟଣ ବନ୍ଧୁମାନଙ୍କ ଦ୍ୱାରା ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ ।

ସିଂହ: ଆଜି ଅନ୍ୟସନସ୍କତା କିମ୍ବା ଅସାବଧନତା ବଶତଃ ଧନ ହାନି ଯୋଗ ମଧ୍ୟ ରହିଛି । କର୍ମକ୍ଷେତ୍ରରେ କିଛି ନୂତନ ପଦକ୍ଷେପ ନେବା ପୂର୍ବରୁ ଭଲଭାବରେ ଚିନ୍ତା କରନ୍ତୁ ।

କନ୍ୟା: ଆଜି ଦିନଟିରେ ଯାହା ପାଇବେ ତାହା ଠାରୁ ଦୁଇଗୁଣ ଖର୍ଚ୍ଚ କରିବାକୁ ପଡିବ । ଆକସ୍ମିକ ଭାବରେ କୌଣସି ବ୍ୟକ୍ତିଙ୍କ ଉପସ୍ଥିତି ଲକ୍ଷ୍ୟ ହାସଲରେ ପ୍ରତିବନ୍ଧକ ସୃଷ୍ଟି କରିବ ।

ତୁଳା: ପୂର୍ବପରିକଳ୍ପତ କାମଗୁଡିକ ସମ୍ପନ୍ନ କରିବାରେ ବିଶେଷ କୌଣସି ଅସୁବିଧା ହେବ ନାହିଁ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ।

ବିଛା: ପାରିବାରିକ ସ୍ଥିତିରେ କିଛିଟା ଉନ୍ନତି ପରିଲକ୍ଷିତ ହୋଇପାରେ । ଭୁଲ୍ ବୁଝାମଣା ଯୋଗୁ କର୍ମକ୍ଷେତ୍ରରେ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି ।

ଧନୁ: ଯେତିକି ପାଉଛନ୍ତି, ସେତିକିରେ ସନ୍ତୁଷ୍ଟ ରହିବା ଭଲ ହେବ କାରଣ ଅଧିକ ଆଶା କରି କିଛି ଲାଭ ହେବନି ।

ମକର: କର୍ମକ୍ଷେତ୍ରରେ କେତେକ ଅବହେଳିତ କାମ ସକାଶେ ଚିନ୍ତା କରିପାରନ୍ତି । ଯେତେ ପ୍ରକାରର କାମ କଲେ ମଧ୍ୟ ପ୍ରତିବନ୍ଧକ ଯୋଗୁ ପ୍ରଗତିରେ ଅଗ୍ରଗତି ହୋଇପାରିବ ନାହିଁ ।

କୁମ୍ଭ: ପିଲାମାନଙ୍କ ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ, ତଥାପି ସମସ୍ୟା ଅତି ସହଜରେ ସାମାଧାନ ହୋଇଯିବ । ନିଜର ଆତ୍ମୀୟମାନେ ହଠାତ୍ ଶତ୍ରୁତା କରିପାରନ୍ତି ।

ମୀନ: ପରିଜନଙ୍କ ସହ ଆଜିର ପ୍ରତ୍ୟୁଷ ଯାତ୍ରା ସଫଳତା ଆଣି ଦେବ । ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିପାରନ୍ତି, ଯାହା କି ଆପଣଙ୍କ ପାଇଁ ମହଙ୍ଗା ପଡିପାରେ ।