ଆଜିର ଦିନ କେଉଁମାନଙ୍କ ପାଇଁ ରହିବ ଲକି, ପଢନ୍ତୁ ରବିବାର ରାଶିଫଳ

ଓଡ଼ିଶା ଭାସ୍କର: ଆଜି ପୌଷ କୃଷ୍ଣ ପକ୍ଷର ଉଦୟ ତିଥି ସପ୍ତମୀ ଏବଂ ରବିବାର। ସପ୍ତମୀ ତିଥୀ ଆଜି ରାତି 2:32 ପର୍ଯ୍ୟନ୍ତ ଚାଲିବ। ଆୟୁଷ୍ମାନ ଯୋଗ ଆଜି ସନ୍ଧ୍ୟା 7 ଟା ପର୍ଯ୍ୟନ୍ତ ଜାରି ରହିବ। ତ୍ରିପୁଷ୍କର ଯୋଗ ଆଜି ରାତି 2:33 ପର୍ଯ୍ୟନ୍ତ ରହିବ। ଏହା ବ୍ୟତୀତ ଉତ୍ତର ଫାଲଗୁନି ନକ୍ଷତ୍ର ଆସନ୍ତାକାଲି ସକାଳ 9.09 ପର୍ଯ୍ୟନ୍ତ ଦିନରାତି ଉପସ୍ଥିତ ରହିବେ। ଏହା ବ୍ୟତୀତ, ଆଜି ରାତି 12:22 ରୁ ରାତି 2:10 ପର୍ଯ୍ୟନ୍ତ ପୃଥିବୀ ଲୋକରେ ଭଦ୍ରା ରହିବେ। ତେବେ ଆସନ୍ତୁ ଜାଣିବା ଆଜିର ଦିନ କେଉଁମାନଙ୍କ ପାଇଁ ରହିବ ଶୁଭ।

ମେଷ: ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି।ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।

ବୃଷ: ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ ଠାରୁ ଅଧିକ ଗୁରୁତ୍ତ୍ୱ ହେବ ।

ମିଥୁନ: ଆଜି ପରିବାରରେ ସୁଖ-ଶାନ୍ତିରେ ସମୟ କାଟିବେ ।ସ୍ବାସ୍ଥ୍ୟବାନ ରହିବା ସହ ଅର୍ଥପ୍ରାପ୍ତି ହେବ ।ଅଯଥା କଥାରେ ରାଗନ୍ତୁ ନାହିଁ;ନଚେତ ଅସୁବିଧା ହୋଇପାରେ। କର୍ମକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ମିଳିପାରେ ।ବ୍ୟାପାରରେ ପାର୍ଟନରଙ୍କ ସହଯୋଗ ଦ୍ୱାରା ନୂତନ ଯୋଜନାକୁ କାର୍ଯ୍ୟକାରୀ କରି ଲାଭ ମିଳିବ।

କର୍କଟ : ଆଜି ଆପଣ କୌଣସି ସମସ୍ୟାରେ ପଡିଛନ୍ତି ,ସେଥିପାଇଁ ଆପଣଙ୍କୁ ମିଳୁଥିବା ସାହାଯ୍ୟ ଆପଣଙ୍କୁ ସମସ୍ୟାରୁ ମୁକୁଳିବାର ବାଟ ସାହାଯ୍ୟ କରିବ । ଆପଣ ଏହାଦ୍ୱାରା ଜାଣି ଖୁସି ହେବେ ଯେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆପଣଙ୍କର ପୁତ୍ରମାନେ ଆଗେଇ ଆସିବେ ।

ସିଂହ: ଆଜି ବ୍ୟାପାରରେ ଦିନଟି ମଧ୍ୟମ ରହିବ। ପରିବାରରେ ମାତାଙ୍କ ସ୍ୱାସ୍ଥ୍ୟ ନେଇ ଚିନ୍ତିତ ରହିବେ । ନିଜ ପ୍ରିୟଜନଙ୍କ ସହ କିଛି କଥା କଟାକଟି ହେବାରୁ ମନ ଅଶାନ୍ତ ରହିବ। ଦୁଃସମ୍ବାଦମିଳିପାରେ। କାର୍ଯ୍ୟକ୍ଷେତ୍ରରେ ଜରୁରୀ କାଗଜପତ୍ରରେ ଭୁଲ ହେବାରୁ ଚିନ୍ତିତ ରହିବେ।

କନ୍ୟା : ଆପଣ ଯେଉଁ ଲୋକଙ୍କ ସହିତ ଚ଼ାଲୁଛନ୍ତି ସେହି ଆପଣଙ୍କର କଳିକଜିଆ ଶେଷ କରି ପାରିବ । କୌଣସି ଘରୋଇ କଳିକଜିଆ ଯେଉଁଟା କି ଆପଣଙ୍କର ଅଶାନ୍ତିର କାରଣ ହୋଇଥିଲା, ସମସ୍ତଙ୍କର ଅଶାନ୍ତିର କାରଣ ହୋଇଥିଲା, ଏବେ ଶେଷ ହୋଇଯିବ ।

ତୁଳା: ଆଜି ଆପଣଙ୍କ ମନ କରିବ ଯେ ,ଆପଣ ଆପଣଙ୍କ ସବୁ କାମ ଏକ ପାର୍ଶ୍ୱରେ ରଖି ନିଜ ପରିବାର ଓ ବନ୍ଧୁମାନଙ୍କ ସହ ଭଲ ସମୟ ବ୍ୟତିତ କରନ୍ତୁ । ନିଜ ପସନ୍ଦର ଖାଦ୍ୟ ଓ ପୁରାତନ ଘନିଷ୍ଠ ବନ୍ଧୁମାନଙ୍କ ସହ ମିଳାମିସା କରିବାର ସୁଯୋଗ ମିଳିବ।

ବିଛା : ଆପଣ ଏ ପରିସ୍ଥିତିରେ ଅଛନ୍ତି ଯେ ଆପଣଙ୍କୁ ଅନେକ ଅଧିକାର ଓ କ୍ଷମତା ମିଳିବ । ଏଥିରେ ଆପଣଙ୍କୁ ବହୁତ ଆନନ୍ଦ ମିଳିବ କିନ୍ତୁ ଏହା ଧ୍ୟାନ ରଖିବା ଉଚ଼ିତ୍ ଯେ ଏହି ଅଧିକାର ସହିତ ଆପଣଙ୍କୁ ଅତିରିକ୍ତ ଦାୟୀତ୍ତ୍ୱ ମଧ୍ୟ ମିଳିବ ।

ଧନୁ: ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।

ମକର: ଏହି ସମୟ ନିଜ ସାଙ୍ଗ ସାଙ୍ଗରେ କୌଣସି କଳି କଜିଆରେ ପଡ଼ନ୍ତୁ ନାହିଁ । ବୋଧ ହୁଏ ସମସ୍ତେ ଚ଼ିନ୍ତାର ସମ୍ମୁଖୀନ ହୋଇଛନ୍ତି, ଯାହାର କାରଣ ଚ଼ିନ୍ତାର ପରିବେଶ ସୃଷ୍ଟି ହୋଇଛି । ପ୍ରତିକ୍ଷେତ୍ରରେ ସତର୍କ ରହି କାର୍ଯକରିବା ବୁଦ୍ଧିମାନ ର କାର୍ଯହେବ।

କୁମ୍ଭ : ଆଜି ପ୍ରତି କ୍ଷେତ୍ରରେ ସୁଫଳ ମିଳିବା ସହ ଧନବୃଦ୍ଧି ହୋଇପାରେ। କୌଣସି ଦୀର୍ଘଦିନ ଧରି ଅଟକିଥିବା କାର୍ଯ୍ୟ ସମ୍ପୂର୍ଣ ହେବାରୁ ମନ ପ୍ରଫୁଲ୍ଲ ରହିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ। ବ୍ୟାପାରରେ ନିବେଶ ଶୁଭ ରହିବ। ପରିବାରରେ ସୁଖ-ଆନନ୍ଦରେ ସମୟ କାଟିବେ।

ମୀନ: ଆଜି ଆଳସ୍ୟ ଓ ଥକ୍କା ଅନୁଭବ କରିବେ। ଜରୁରୀ କାର୍ଯ୍ୟ କିମ୍ୱା ନିର୍ଣୟ ନିଅନ୍ତୁ ନାହିଁ। କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ। ବ୍ୟାପାରରେ ବାଧା ଆସିପାରେ। ପରିବାରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଥା କଟାକଟି ହୋଇପାରେ।