fbpx
BSKY
BJD YOUTH SKY
BJD MS SKY

Today’s gold rate : ଶସ୍ତା ହେଇଛି ସୁନା ଓ ରୂପା, ଆସନ୍ତୁ ଜାଣିବା ସ୍ମାର୍ଟସିଟିରେ କେତେ ରହିଛି ଆଜିର ମୂଲ୍ୟ

ଭୁବନେଶ୍ୱର : ଗ୍ରାହକଙ୍କ ପାଇଁ ଏକ ଖୁସି ଖବର! ଗତ କିଛି ଦିନ ହେବ ସୁନାର ଦର ବୃଦ୍ଧି ପାଉଥିବା ବେଳେ ଆଜି ସୁନାର ଦାମରେ ସାମାନ୍ୟ ପରିବର୍ତ୍ତନ ଆସିଛି । ଆଜି ଭାରତୀୟ ବଜାରରେ ସୁନାର ଦାମ ସାମାନ୍ୟ ହ୍ରାସ ପାଇଛି । ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନାର ଦର ଦଶ ଗ୍ରାମ ପ୍ରତି ୫୫,୦୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନାର ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୦୦୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୦୦୦ ଟଙ୍କା ଓ ୬୦,୦୦୦ ଟଙ୍କା ହୋଇଛି ।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର କେତେକ ସ୍ଥାନରେ ବୃଦ୍ଧି ପାଉଥିବା ବେଳେ କେତେକ ସ୍ଥାନରେ ଏହାର ଦର ସ୍ଥିର ହୋଇ ରହିଛି । ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନାର ମୂଲ୍ୟ ଦଶ ଗ୍ରାମ ପ୍ରତି ଯଥାକ୍ରମେ ୫୫,୦୦୦ ଟଙ୍କା ଓ ୬୦,୦୦୦ ଟଙ୍କା ଥିବାର ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହାର ଦର ୫୫,୩୦୦ ଟଙ୍କା ଓ ୬୦,୩୩୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ମଧ୍ୟ ସୁନାର ଦର ୨୨ କ୍ୟାରେଟ ପ୍ରତି ୫୫,୩୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନାର ମୂଲ୍ୟ ୬୦,୩୩୦ ଟଙ୍କା ଥିବା ଜଣା ପଡିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ସୁନାର ଦାମ ଯଥାକ୍ରମେ ୫୫,୦୦୦ ଟଙ୍କା ଓ ୬୦,୦୦୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୪,୭୦୦ ଟଙ୍କା ରହିଥିବା ନେଇ ରେକର୍ଡ କରାଯାଇଛି ।

Get real time updates directly on you device, subscribe now.