fbpx
BSKY SKY
BSKY SKY

ଓଡ଼ିଶାରେ ଝଡ ବର୍ଷା ସମ୍ଭାବନା, ୯ରୁ ଛେଚିବ ବର୍ଷା

BSKY

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌): ପଶ୍ଚିମା ଝଡର ପ୍ରଭାବରେ ଫେବୃଆରୀ ୯ ଏବଂ ୧୦ ତାରିଖରେ ପଶ୍ଚିମ ଓ ଉତ୍ତର ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା, ଝଡ, ବଜ୍ରପାତ ଓ କୁଆପଥର ବୃଷ୍ଟି ହେବାର ସମ୍ଭାବନା ଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୋମବାର ସୂଚନା ଦିଆଯାଇଛି ।

ରାଜ୍ୟର ଉପକୂଳବର୍ତୀ ଅଞ୍ଚଳରେ ଫେବୃଆରୀ ୧୦ ଏବଂ ୧୧ ତାରିଖରେ ଝଡ ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ସିଇସି ପକ୍ଷରୁ କୁହାଯାଇଛି । ଗତରାତିରୁ ତାପମାତ୍ରା ବୃଦ୍ଧି ପାଇଥିବା ବେଳେ ବର୍ଷା ଏବଂ ଝଡ ହେବା ଯୋଗୁଁ ରାତିର ତାପମାତ୍ରା କେତେକ ସ୍ଥାନରେ କମିବାର ସମ୍ଭାବନା ରହିଛି ।

Get real time updates directly on you device, subscribe now.