fbpx
BJD SKY
BJD SKY

ଶ୍ରୀଜୀଉଙ୍କ ବନକଲାଗି ନୀତି: ଆସନ୍ତାକାଲି ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

BJD

ପୁରୀ: ଆସନ୍ତାକାଲି ମାଘ କୃଷ୍ଣ ଚତୁର୍ଥୀ ତିଥି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଏହି ସମୟରେ ୪ ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏହା ଏକ ଗୁପ୍ତ ସେବା ହୋଇଥିବାରୁ ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଅପରାହ୍ଣ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ ସୂତ୍ରରୁ ଏହି ସୂଚନା ଦିଆଯାଇଛି ।

ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଇ ଏହି ନୀତି ସମ୍ପାଦନ କରାଯାଇଥାଏ। ଦତ୍ତ ମହାପାତ୍ର ସେବାୟତମାନଙ୍କ ଦ୍ୱାରା ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।

Get real time updates directly on you device, subscribe now.