ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ ।
ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ । ଆଗାମୀ ୩ ଦିନରେ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ ।
ଲଘୁଚାପ ପ୍ରଭାବରେ ରାଜ୍ୟରେ ୩ ଦିନ ଲାଗି ରହିବ ବର୍ଷା ।ଏଥିପାଇଁ ରାଜ୍ୟର ୨୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ରାୟଗଡା ଓ ଗଜପତି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ଉଭୟ ରାୟଗଡ଼ା ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହାସହ ବିଜୁଳି ଓ ଘଡ଼ଘଡି ନେଇ ସର୍ତକତା ଜାରି କରିଛି ପାଣିପାଗ ବିଭାଗ । ୭୦ରୁ ୨୦୦ ମିଲିମିଟର ବର୍ଷା ସମ୍ଭାବନା ରହିଛି । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।