fbpx

ମର୍ମନ୍ତୁଦ ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ୩ ବାଇକ୍ ଆରୋହୀଙ୍କ ମୃତ୍ୟୁ

ସମ୍ବଲପୁର, ୩ା୩ (ଓଡିଶା ଭାସ୍କର): ସମ୍ବଲପୁର ଜିଲ୍ଲାରେ ଏକ ଅଜଣା ଗାଡ଼ି ଧକ୍କାରେ ୩ ଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି । ଗତକାଲି ବିଳମ୍ବିତ ରାତ୍ରିରେ ବରେଇପାଲି ଅଞ୍ଚଳରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ମୃତକ ଓ ଆହତମାନେ ହୀରାକୁଦ ଅଞ୍ଚଳର ବୋଲି ଜଣାପଡ଼ିଛି । ୨ଟି ବାଇକରେ ୪ ଜଣ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା । ଏହି ଦୁର୍ଘଟଣାରେ ଜଣେ ଆହତ ହୋଇଥିବା ବେଳେ ତାଙ୍କୁ ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି ।

Get real time updates directly on you device, subscribe now.