fbpx

ବିହାରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଟ୍ରାକ୍ଟର- କାର ଧକ୍କା, ୭ ମୃତ

ପାଟନା: ବିହାରର ଖଗଡ଼ିଆ ଜିଲ୍ଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ମୃତକଙ୍କ ମଧ୍ୟରେ ୩ ଶିଶୁ ସାମିଲ ଥିବା ଜଣାପଡ଼ିଛି । ସୂଚନାରୁ ପ୍ରକାଶ ଏନ୍‌ଏଚ୍ ୩୧ରେ ବରଯାତ୍ରୀ ଭର୍ତ୍ତି ଏକ କାରଟି ଟ୍ରାକ୍ଟର ସହ ଧକ୍କା ହୋଇଥିଲା । ଫଳରେ ଘଟଣାସ୍ଥଳରେ ୭ ଜଣଙ୍କର ମୃତ୍ୟୁ ହୋଇଛି । ତେବେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରିଥିଲେ । ପରେ ଆହତ ଥିବା ଲୋକମାନଙ୍କୁ ନିକଟସ୍ଥ ହସ୍ପିଟାଲେ ଭର୍ତ୍ତି କରାଯାଇଥିଲା । ତେବେ ଏହି ଦୁର୍ଘଟଣା ପସରାହା ଥାନା ଅଞ୍ଚଳର ବିଦ୍ୟାରତ୍ନ ପେଟ୍ରୋଲ ପମ୍ପ ନିକଟରେ ହୋଇଥିବା ଜଣାପଡ଼ିଛି ।

Get real time updates directly on you device, subscribe now.