fbpx

ପଶ୍ଚିମବଙ୍ଗରେ ଟ୍ରେନ୍ ଦୁର୍ଘଟଣା; କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଧକ୍କା ଦେଲା ମାଲବାହୀ ଟ୍ରେନ୍‌, ୫ ମୃତ, ୨୦ରୁ ଉର୍ଦ୍ଧ୍ୱ ଆହତ

Advertisement

କୋଲକାତା: ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍ ଦୁର୍ଘଟଣା ଦେଖିବାକୁ ମିଳିଛି । ଟ୍ରାକରେ ଛିଡ଼ା ହୋଇଥିବା କାଞ୍ଚନଜଙ୍ଗା ଏକ୍ସପ୍ରେସ୍ ଟ୍ରେନକୁ ପଛପଟୁ ଦୃତ ଗତିରେ ଆସୁଥିବା ଏକ ମାଲବାହୀ ଟ୍ରେନ୍ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨୦ରୁ ଉର୍ଦ୍ଧ୍ୱ ଆହତ ହୋଇଥିବା ଜଣାପଡ଼ିଛି । ତେବେ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

ସୂଚନାରୁ ପ୍ରକାଶ ସୋମବାର ସକାଳ ପ୍ରାୟ ୯ଟା ୩୦ ପାଖାପାଖି ୧୩୧୭୪ କାଞ୍ଚନଜଙ୍ଗା ଏକ୍ସପ୍ରେସ ଟ୍ରେନଟି ନ୍ୟୁ ଜଲପାଇଗୁଡ଼ିରୁ ସିଆଲଦା ଅଭିମୁଖେ ଯାତ୍ରା କରୁଥିଲା । ସିଲିଗୁଡ଼ି ଷ୍ଟେସନ୍ ପାର କରିବା ପରେ ରଂଗପନୀର ଷ୍ଟେସନ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଦୁର୍ଘଟଣାରେ ଏକ୍ସପ୍ରେସ ଟ୍ରେନର ପଛରେ ଥିବା ୩ଟି ବଗି କ୍ଷତିଗ୍ରସ୍ତ ହୋଇଥିଲା । ଏହି ଘଟଣାକୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ‘ଏକ୍ସ’ରେ ଏକ ପୋଷ୍ଟ କରି ଦୁଃଖ ପ୍ରକାଶ କରିଛନ୍ତି । ସେ ଲେଖିଛନ୍ତି, ‘ଏହି ଟ୍ରେନ୍ ଦୁର୍ଘଟଣା ବିଷୟରେ ଜାଣି ଦୁଃଖିତ । ଡିଏମ୍‌, ଏସପି, ଡାକ୍ତର, ଆମ୍ବୁଲାନ, ଏନଡିଆରଏଫ୍ ଏବଂ ବିପର୍ଯ୍ୟୟ ଓ ରେସ୍କ୍ୟୁ ଟିମକୁ ଘଟଣାସ୍ଥଳକୁ ପଠାଯାଇଛି । ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।’

Get real time updates directly on you device, subscribe now.