fbpx

ପଶ୍ଚିମବଙ୍ଗରେ ଟ୍ରେନ୍ ଦୁର୍ଘଟଣା: ଜାଣନ୍ତୁ କ’ଣ କହିଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

Advertisement

କୋଲକାତା : ପଶ୍ଚିମବଙ୍ଗରେ ବଡ଼ ଧରଣର ଟ୍ରେନ୍ ଦୁର୍ଘଟଣା, କାଞ୍ଚନଜଙ୍ଗା ଏକ୍ସପ୍ପେସକୁ ଧକ୍କା ଦେଲା ମାଲବାହୀ ଟ୍ରେନ ଫଳରେ ୫ ଜଣଙ୍କ ମୃ୍ତ୍ୟୁ ଘଟିଥିବା ବେଳେ ପ୍ରାୟ ୩୦ ଜଣ ଆହତ ହୋଇଥିବା ନେଇ ସୂଚନା ରହିଛି । ଏ ସମ୍ପର୍କରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କର ଆସିଲା ପ୍ରଥମ ପ୍ରତିକ୍ରିୟା ।

ଉଦ୍ଧାର କାର୍ଯ୍ୟ ଜାରି ଥିବା ନେଇ ସେ ସୂଚନା ଦେଇଛନ୍ତି ।

ଅଶ୍ୱିନୀ ବୈଷ୍ଣବ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ପୋଷ୍ଟ କରି ଲେଖିଛନ୍ତି, NFR ଜୋନରେ ଏକ ଦୁର୍ଭାଗ୍ୟଜନକ ଦୁର୍ଘଟଣା ଘଟିଛି। ଉଦ୍ଧାର କାର୍ଯ୍ୟ ଜାରି ରହିଛି । ରେଳବାଇ, NDRF ଏବଂ SDRF ଟିମ୍ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି । ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିଛି ତଦନ୍ତ ଆରମ୍ଭ କରିଛନ୍ତି ।

Get real time updates directly on you device, subscribe now.