fbpx

ଓଡ଼ିଶା ହାଇକୋର୍ଟରେ ଅନୁବାଦକ ପଦ ଖାଲି: ମାସିକ ବେତନ ୩୫ ହଜାରରୁ ଅଧିକ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ସମସ୍ତ ସରକାରୀ ଚାକିରି ଆଶାୟୀଙ୍କ ପାଇଁ ଆସିଛି ଏକ ବଡ଼ ଖୁସି ଖବର । ଓଡ଼ିଶା ହାଇକୋର୍ଟ ପକ୍ଷରୁ ଅନୁବାଦକ ପଦ ପୂରଣ ପାଇଁ ବିଜ୍ଞପ୍ତି ଜାରି କରାଯାଇଛି । ମାର୍ଚ୍ଚ ମାସ ୩ରୁ ୧୭ ତାରିଖ ପର୍ଯ୍ୟନ୍ତ ଅନଲାଇନ୍ ଆବେଦନ ପ୍ରକ୍ରିୟା ଜାରି ରହିବ । ପ୍ରାର୍ଥୀଙ୍କୁ ୩୫,୪୦୦- ୧,୧୨,୪୦୦ ସ୍କେଲ ପେ’ ଅନୁସାରେ ବେତନ ପ୍ରଦାନ କରାଯିବ । ଦରମା ସହିତ ପ୍ରାର୍ଥୀଙ୍କୁ ମହଙ୍ଗା ଭତ୍ତା ଓ ଅନ୍ୟାନ୍ୟ ସୁବିଧା ସୁଯୋଗ ପ୍ରଦାନ କରାଯିବ ।

ମୋଟ ୨୩ଟି ପଦ ଖାଲି ରହିଥିବା ବେଳେ ଅଣସଂରକ୍ଷିତଙ୍କ ପାଇଁ ୧୨ଟି, ସାମାଜିକ ଓ ଶିକ୍ଷା କ୍ଷେତ୍ରରେ ପଛୁଆ ଶ୍ରେଣୀ (ଏସଇବିସି)ଙ୍କ ପାଇଁ ୩ଟି, ଅନୁସୂଚିତ ଜାତି (ଏସସି)ଙ୍କ ପାଇଁ ୫ଟି ଓ ଅନୁସୂଚିତ ଜନଜାତି (ଏସଟି) ବର୍ଗଙ୍କ ପାଇଁ ୩ଟି ପଦ ସଂରକ୍ଷିତ ରହିଛି । ୨୦୨୪ ମସିହା ଫେବୃଆରୀ ମାସ ୨୯ ତାରିଖ ସୁଦ୍ଧା ପ୍ରାର୍ଥୀଙ୍କର ବୟସ ଯୋଗ୍ୟତା ୨୧ରୁ ୩୨ ବର୍ଷ ମଧ୍ୟରେ ରହିଥିବା ଆବଶ୍ୟକ ।

ପ୍ରାର୍ଥୀ ଯେ କୌଣସି ସ୍ୱୀକୃତିପ୍ରାପ୍ତ ବିଶ୍ୱବିଦ୍ୟାଳୟରୁ ସ୍ନାତକ ପାସ୍ କରିଥିବା ଆବଶ୍ୟକ । ପ୍ରାର୍ଥୀଙ୍କୁ ଆବେଦନ ବାବଦକୁ ଅଣଫେରସ୍ତଯୋଗ୍ୟ ୫୦୦ ଟଙ୍କା ଫିସ୍ ଜମା କରିବାକୁ ପଡ଼ିବ । ପ୍ରିଲିମିନାରୀ ପରୀକ୍ଷା, ମୁଖ୍ୟ ଲିଖିତ ପରୀକ୍ଷ, କମ୍ପ୍ୟୁଟର ଟେଷ୍ଟ ଓ ସାକ୍ଷାତକାର ପ୍ରକ୍ରିୟା ମାଧ୍ୟମରେ ଯୋଗ୍ୟ ପ୍ରାର୍ଥୀଙ୍କୁ ଚୟନ କରାଯିବ । ପ୍ରିଲିମିନାରୀରେ ୧୫୦ ମାର୍କର ଓ ମୁଖ୍ୟ ପରୀକ୍ଷାରେ ୩୦୦ ମାର୍କର ପରୀକ୍ଷା କରାଯିବ ।

ନୋଟିଫିକେସନ ଲିଙ୍କ: https://www.orissahighcourt.nic.in/recruitment-corner-pdf-view/196/

Get real time updates directly on you device, subscribe now.