fbpx
BSKY
BJD SHG SKY
BJD MC SKY

୨୬ରୁ ଅନୁଷ୍ଠିତ ହେବ ଆଦିବାସୀ ମେଳା; ରାଜଧାନୀ ରାତିରେ ଝଲସିବ ଜନଜାତିଙ୍କ ଜୀବନଶୈଳୀ

ଭୁବନେଶ୍ୱର: ଆସନ୍ତା ୨୬ ତାରିଖରୁ ଅନୁଷ୍ଠିତ ହେବ ‘ରାଜ୍ୟସ୍ତରୀୟ ଆଦିବାସୀ ମେଳା-୨୦୨୪’। ୟୁନିଟ୍‌‌-୧ ଆଦିବାସୀ ପଡ଼ିଆରେ ଅନୁଷ୍ଠିତ ହେବ ଆଦିବାସୀ ମେଳା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମେଳାକୁ ଉଦ୍‌‌ଘାଟନ କରିବା ନେଇ ରହିଛି କାର୍ଯ୍ୟକ୍ରମ । ଏଥିସହ ବିଭାଗୀୟ ଅଧିକାରୀମାନେ ସାଙ୍ଗରେ ଉପସ୍ଥିତ ରହିବେ । ପ୍ରସ୍ତୁତି କାର୍ଯ୍ୟ ଶେଷପର୍ଯ୍ୟାୟରେ ପହଞ୍ଚିଛି । ଚଳିତବର୍ଷ ମେଳା ପରିସରରେ ୧୦୭ ଟି ଷ୍ଟଲ୍‌‌ରେ ଜନଜାତିଙ୍କ ବିଭିନ୍ନ କାରିଗରୀ ଓ ହସ୍ତଶିଳ୍ପ ସାମଗ୍ରୀ ପ୍ରଦର୍ଶିତ ଏବଂ ବିକ୍ରିବଟା ପାଇଁ ବ୍ୟବସ୍ଥା ହୋଇଛି। ଏହା ସହ ୧୦ଟି ଘର ବା ଆଦିବାସୀ ଗ୍ରାମରେ ଝଲସିବ ଜନଜାତିଙ୍କ ଜୀବନଶୈଳୀ । ଜନଜାତି ସ୍ୱୟଂ ସହାୟକ ଗୋଷ୍ଠୀ ପ୍ରକୋଷ୍ଠ, ଆଦିବାସୀ ହାଟ, ଆଦିବାସୀ କଳା ସାମଗ୍ରୀ, ଖାଦ୍ୟ ବଜାର ଆଦି ମେଳାର ଆକର୍ଷଣ ପାଲଟିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବାସ କରୁଥିବା ପାଖାପାଖି ୬୨ ଶ୍ରେଣୀର ଆଦିବାସୀବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ଲକ୍ଷ୍ୟରେ ପ୍ରତିବର୍ଷ ରାଜଧାନୀ ଭୁବନେଶ୍ୱରରେ ‘ଆଦିବାସୀ ମେଳା’ ଆୟୋଜନ କରାଯାଇଥାଏ। ଆଦିବାସୀମାନଙ୍କର ହସ୍ତଶିଳ୍ପ, କଳାକୃତି, କୃଷିଜାତ ସାମଗ୍ରୀ ଏବଂ ସେମାନଙ୍କ ଦ୍ୱାରା ଜଙ୍ଗଲରୁ ସଂଗୃହୀତ ଦ୍ରବ୍ୟ ଗୁଡ଼ିକ ପ୍ରଦର୍ଶିତ କରାଇବା ଓ ସେସବୁର ବିକ୍ରି କରାଯିବା ନିମନ୍ତେ ଏକ ବଜାର ସୃଷ୍ଟି କରିବା ମେଳାର ମୁଖ୍ୟ ଉଦ୍ଦେଶ୍ୟ ରହିଛି । ସେହିପରି ଜନଜାତି ବର୍ଗଙ୍କ ସଂସ୍କୃତି, ନୃତ୍ୟ, ସଙ୍ଗୀତ ଓ ଜୀବନଯାପନ ଶୈଳୀକୁ ଲକଙ୍କ ସହ ପରିଚିତ କରାଇବା ମଧ୍ୟ ଆଉ ଏକ ଲକ୍ଷ୍ୟ ରହିଛି ।

Get real time updates directly on you device, subscribe now.