ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର ଅନୁମତି ଦେଇଛନ୍ତି । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ସଂକ୍ରମଣ ହଠାତ୍ ଉଦ୍ଧ୍ୱର୍ମୁଖୀ ହେବାରେ ଲାଗିଥିଲା । ମାତ୍ର ଫେବୃଆରୀ ମାସ ଆରମ୍ଭରୁ ପୁଣି ଥରେ ସଂକ୍ରମଣ କମିବାରେ ଲାଗିଥିଲା । ଏହାପରେ ଚଳିତ ମାର୍ଚ୍ଚ ମାସରେ ମଧ୍ୟ ଧୀରେଧୀରେ ଦୈନିକ ପଜିଟିଭ୍ ଓ ମୃତ୍ୟୁ ସଂଖ୍ୟାରେ ହ୍ରାସ ପରିଲକ୍ଷିତ ହୋଇଛି ।
ଆଜି ୨୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୩ ଓ ସ୍ଥାନୀୟ ଅଞ୍ଚଳରୁ ୮ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୫ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୬୬୧ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୮ ହଜାର ୧୨୧ ରହିଥିବା ବେଳେ ୩୬୬ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
7. Khurda: 4
8. Mayurbhanj: 1
9. Sambalpur: 3
10. Sundargarh: 3
11. State Pool: 1New recoveries: 40
Cumulative tested: 30699843
Positive: 1287661
Recovered: 1278121
Active cases: 366— I & PR Department, Odisha (@IPR_Odisha) April 1, 2022