fbpx
BSKY
BJD YOUTH SKY
BJD MS SKY

ରାଜ୍ୟରେ ବଢ଼ିଲା କରୋନା ମୃତ୍ୟୁ: ଆଜି ୨୨ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର, ୧୭ା୫ (ଓଡିଶା ଭାସ୍କର): ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୨୩୩୫କୁ ବୃଦ୍ଧି ପାଇଛି । ଆଜି ଖୋର୍ଦ୍ଧା, ରାୟଗଡ଼ା, ନୂଆପଡ଼ା, ସୁନ୍ଦରଗଡ଼, କୋରାପୁଟ ଓ ବୌଦ୍ଧ ଜିଲ୍ଲାରୁ ୩ ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ସେହିପରି ଅନୁଗୁଳରୁ ୨ ଜଣ, ଗଜପତି ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଆଜି ରାଜ୍ୟରେ ୧୦,୭୫୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୬୦୨୪ ଓ ସ୍ଥାନୀୟ ଅଞ୍ଚଳରୁ ୪୭୩୩ ଜଣ ଚିହ୍ନଟ ହୋଇଛନ୍ତି । ଆଜି କଟକ ଜିଲ୍ଲାରୁ ସର୍ବାଧିକ ୯୭୩ ଜଣ ଓ ଖୋର୍ଦ୍ଧାରୁ ୯୦୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.