ଦୁଇ ବାଇକ ମୁହାଁମୁହିଁ ଧକ୍କା: 2 ମୃତ, ଜଣେ ଗୁରୁତର
ଅନୁଗୁଳ ସଦର ଥାନା ଅନ୍ତର୍ଗତ ସାକସିଂହା ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ 2ଜଣକ ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ।
ଅନୁଗୁଳ: 2 ବାଇକ ମୁହାଁମୁହିଁ ଧକ୍କା । ଚାଲିଗଲା 2 ଜଣଙ୍କ ଜୀବନ । ଅନୁଗୁଳ ସଦର ଥାନା ଅନ୍ତର୍ଗତ ସାକସିଂହା ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ 2ଜଣକ ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି। ଆଜି ସକାଳ ପ୍ରାୟ 8ଟା ସମୟରେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣା ପରେ 3ଜଣଙ୍କୁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା ।
ତେବେ ଦୁଇ ଜଣଙ୍କୁ ହସ୍ପିଟାଲ ନେବାବେଳେ ବାଟରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣଙ୍କ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ଘଟିଛି । ଆଉ ଜଣେ ଗୁରୁତର ଅବସ୍ଥାରେ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି । ମୃତକ ଓ ଆହତଙ୍କ ପରିଚୟ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇ ପାରିନାହିଁ ।