fbpx
BJD SKY
BJD SKY

ଦେଶରେ ୨ ଲକ୍ଷ ଟପିଲା କରୋନା ମୃତ୍ୟୁ ସଂଖ୍ୟା: ଆଜି ୩୨୯୩ ମୃତ, ୩.୬ ଲକ୍ଷ ପଜିଟିଭ୍

BJD

ନୂଆଦିଲ୍ଲୀ, ୨୮ା୪ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୩୨୯୩ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୧ ହଜାର ୧୮୭କୁ ବୃଦ୍ଧି ପାଇଛି । ଦିନକରେ ୩ ଲକ୍ଷ ୬୦ ହଜାର ୯୬୦ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୭୯ ଲକ୍ଷ ୯୭ ହଜାର ୨୬୭କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୯ ଲକ୍ଷ ୭୮ ହଜାର ୭୦୯ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୪୮ ଲକ୍ଷ ୧୭ହଜାର ୩୭୧ରେ ପହଞ୍ଚିଛି । ୧୪ କୋଟି ୭୮ ଲକ୍ଷ ୨୭ ହଜାର ୩୬୭ ଜଣ ବର୍ତ୍ତମାନ ସୁଦ୍ଧା ଟିକା ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.