fbpx

ରାଜ୍ୟରେ ଆଉ ଦୁଇ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨ା୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ଦୁଇ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୬କୁ ବୃଦ୍ଧି ପାଇଛି । ନୂଆ ଆକ୍ରାନ୍ତ ଦୁଇ ଜଣ ଯାଜପୁର ଜିଲ୍ଲାର ବରି ବ୍ଲକର ବୋଲି ଜଣାପଡ଼ିଛି । ଦୁଇ ଜଣ ଯାକ ପୁରୁଷ ହୋଇଥିବା ବେଳେ ସେମାନଙ୍କ ବୟସ ଯଥାକ୍ରମେ ୪୮ ଓ ୫୫ । ଆକ୍ରାନ୍ତ ଦୁଇ ଜଣ ଯାକ ନିକଟରେ କୋଲକାତାରୁ ଫେରିଥିଲେ । ଯାଜପୁରରେ କରୋନା ଆକ୍ରାନ୍ତ ସଂଖ୍ୟା ୪୭କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ୱାସ୍ଥ୍ୟ ପରିବାର ଓ କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଉଲ୍ଳେଖଯୋଗ୍ୟ ଯେ ଓଡ଼ିଶାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୬କୁ ବୃଦ୍ଧି ପାଇଛି ।  ସେମାନଙ୍କ ମଧ୍ୟରୁ ୫୫ଜଣ ସୁସ୍ଥ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି ।  ରାଜ୍ୟରେ ୧୦୦ଜଣ କରୋନାରେ ସକ୍ରିୟ ରହିଛନ୍ତି ।

 

 

Get real time updates directly on you device, subscribe now.