fbpx

ଏନକାଉଣ୍ଟରରେ ଟଳିଲେ ୨ ଆତଙ୍କବାଦୀ

ଶ୍ରୀନଗର,୧୦ ।୧୦: ଜମ୍ମୁ କଶ୍ମୀରର କୁଲଗାମ ଜିଲ୍ଲାରେ ଆଜି ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀ ମଧ୍ୟରେ ଗୁଳିବିନିମୟ ହୋଇଛି। ଏଥିରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହି ଅଞ୍ଚଳରେ ଆତଙ୍କବାଦୀ ଲୁଚିଥିବା ନେଇ ସୂଚନା ପାଇବା ପରେ ସୁରକ୍ଷା ବାହିନୀ ଗତ ସନ୍ଧ୍ୟାରେ ଏହି ଜିଲ୍ଲାର ଚିଙ୍ଗାମରେ ମିଳିତ ଅପରେସନ ଆରମ୍ଭ କରିଥିଲେ ବୋଲି କଶ୍ମୀର ଜୋନ୍ ପୁଲିସ କହିଛି। ମୃତ ଆତଙ୍କବାଦୀଙ୍କ ପାଖରୁ ଗୋଟିଏ ଏମ4 ରାଇଫଲ ଏବଂ ଗୋଟିଏ ପିସ୍ତଲ ଉଦ୍ଧାର କରାଯାଇଛି ।

Get real time updates directly on you device, subscribe now.