fbpx

କଳାହାଣ୍ଡି ବିଶ୍ୱବିଦ୍ୟାଳୟକୁ ୟୁଜିସି ମାନ୍ୟତା: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଖୁବ୍‌ଶୀଘ୍ର କେନ୍ଦ୍ରୀୟ ଅନୁଦାନ ମିଳିବ

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌): କଳାହାଣ୍ଡି ବିଶ୍ୱବିଦ୍ୟାଳୟକୁ ୟୁଜିସି ଅଧିନିୟମ ୧୯୫୬ ଧାରା ୨ (ଏଫ୍‌) ଅନୁଯାୟୀ ୟୁନିଭର୍ସିଟି ଗ୍ରାଣ୍ଟ କମିଶନ (ୟୁଜିସି) ବୁଧବାର ବିଶ୍ୱବିଦ୍ୟାଳୟର ମାନ୍ୟତା ଦେବା ସହ ବିଶ୍ୱବିଦ୍ୟାଳୟ ତାଲିକାରେ ଅନ୍ତର୍ଭୁକ୍ତ କରିଛି ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି । ଶ୍ରୀ ପ୍ରଧାନ କହିଛନ୍ତି ଯେ ଏହି ନିଷ୍ପତ୍ତି ଦ୍ୱାରା ଜନଜତି ବହୁଳ ଅଞ୍ଚଳ କଳାହାଣ୍ଡି ସମେତ ଆଖପାଖ ଜିଲ୍ଲାର ଛାତ୍ରଛାତ୍ରୀଙ୍କ ଆଶା ଓ ଆକାଂକ୍ଷାକୁ ପୂରଣ ହେବ ଏବଂ ଏହା ପ୍ରଧାନମନ୍ତ୍ରୀଙ୍କ ଦୂରଦୃଷ୍ଟି ସମ୍ପନ୍ନ ଜାତୀୟ ଶିକ୍ଷାନୀତି ଜରିଆରେ ଗୁଣାତ୍ମକ ଶିକ୍ଷା ଉପଲବ୍ଧ କରାଇବ ବୋଲି ସେ ଆଶାପ୍ରକାଶ କରିଛନ୍ତି । ଖୁବ୍‌ଶୀଘ୍ର କେନ୍ଦ୍ରୀୟ ଅନୁଦାନ ଦିଆଯିବ ।

 

Get real time updates directly on you device, subscribe now.