fbpx

ଶିକ୍ଷା ବିଭାଗ ଓ UPSCକୁ ୟୁଜିସିର ତାଗିଦ୍, ଜାଣନ୍ତୁ କାହିଁକି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଓଡ଼ିଶା ବିଶ୍ୱବିଦ୍ୟାଳୟ ଅଧିନିୟମ ପ୍ରସଙ୍ଗରେ ରାଜ୍ୟ ଶିକ୍ଷା ବିଭାଗ ଓ ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି)କୁ ଚିଠି ଲେଖିଛି ୟୁନିଭରସିଟି ଗ୍ରାଣ୍ଟ କମିଶନ (ୟୁଜିସି) । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ଉଲ୍ଲଙ୍ଘନ ନେଇ ୟୁଜିସି ଚିଠି ଲେଖିଥିବା ଜଣାପଡିଛି । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ପାଳନ କରିବାକୁ ଚିଠିରେ ଉଲ୍ଲେଖ ରହିଛି । ଏଥିସହ ନିଯୁକ୍ତି ପ୍ରକ୍ରିୟାରୁ ଦୂରେଇ ରହିବାକୁ ଚିଠିରେ ଲେଖାରହିଛି । ଏହାକୁ ଅବମାନନା କଲେ ଆଇନଗତ କାର୍ଯ୍ୟାନୁଷ୍ଠାନ କରାଯିବ ବୋଲି ୟୁଜିସି ତାଗିଦ୍ କରିଛି ।

ତେବେ ଗତ ୨୦ ତାରିଖରେ ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ ଉପରେ ମାନ୍ୟବର ସୁପ୍ରିମକୋର୍ଟ ରହିତାଦେଶ ଲଗାଇଥିଲେ । କିନ୍ତୁ ମାନବ୍ୟର ସୁପ୍ରିମକୋର୍ଟଙ୍କ ଏହି ନିର୍ଦ୍ଦେଶକୁ ରାଜ୍ୟ ଶିକ୍ଷା ବିଭାଗ ଓ ୟୁପିଏସସି ଉଲ୍ଲଂଘନ କରୁଥିବା ନେଇ ୟୁଜିସି ପତ୍ରରେ ଉଲ୍ଲେଖ କରିଛି । ୟୁଜିସି ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ସଚିବ ଏବଂ ଓପିଏସସିକୁ ଲେଖିଥିବା ପୃଥକ ପୃଥକ ପତ୍ରରେ ଉଲ୍ଲେଖ କରିଛି ଯେ ମଇ ୨୩ ତାରିଖରେ ଓପିଏସସି ସାମାଜ ବିଜ୍ଞାନର ଆସିଷ୍ଟାଣ୍ଟ ପ୍ରଫେସର ନିଯୁକ୍ତିର ଫଳାଫଳ ଏବଂ ମଇ ୨୪ ତାରିଖରେ ବାଣିଜ୍ୟର ଆସିଷ୍ଟାଣ୍ଟ୍ ପ୍ରଫେସର ଡକ୍ୟୁମେଣ୍ଟ ଭେରିଫିକେସନ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି । ମାନ୍ୟବର ସୁପ୍ରିମକୋର୍ଟରେ ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ ନେଇ ଏସଏଲପି ବିଚାରଧୀନ ରହିଛି । ତେଣୁ ଓପିଏସସି ଦ୍ୱାରା ଶିକ୍ଷକ ନିଯୁକ୍ତି ଏବଂ ରାଜ୍ୟ ଚୟନ ବୋର୍ଡ(ଏସଏସବି)ର ଅଣଶିକ୍ଷକଙ୍କ ନିଯୁକ୍ତିର ବିଜ୍ଞପ୍ତି ମାନ୍ୟବର ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶର ଉଲ୍ଲଂଘନ କରୁଛି ।

 

Get real time updates directly on you device, subscribe now.