fbpx
BJD SKY
BJD SKY

UIIC ପକ୍ଷରୁ ବିଜ୍ଞପ୍ତି: ପୂରଣ ହେବ AO ପଦ, ଆରମ୍ଭ ହେଲା ଆବେଦନ ପ୍ରକ୍ରିୟା

BJD

ଚାକିରି ଖୋଜୁଥିବା ସମସ୍ତ ପ୍ରାର୍ଥୀଙ୍କ ପାଇଁ ଆସିଛି ଏକ ଖୁସି ଖବର । ନିକଟରେ କିଛି ପଦ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ପୁଣି କିଛି ପଦରେ ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯିବ । ୟୁନାଇଟେଡ ଇଣ୍ଡିଆ ଇନ୍ସ୍ୟୁରାନ୍ସ କମ୍ପାନୀ ଲିମିଟେଡ (ୟୁଆଇଆଇସି) ପକ୍ଷରୁ ଅନେକ ପଦ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରାର୍ଥୀଙ୍କୁ ଆଡମିନିଷ୍ଟ୍ରେଟିଭ୍ ଅଫିସର ସ୍କେଲ-୧ (ଜେନେରାଲିଷ୍ଟ) ପଦରେ ନିଯୁକ୍ତି ଦିଆଯିବ । ପ୍ରାର୍ଥୀମାନେ ନିମ୍ନ ପ୍ରଦତ୍ତ ନୋଟିଫିକେସନ ଲିଙ୍କକୁ ଯାଇ ସବିଶେଷ ତଥ୍ୟ ପାଇ ପାରିବେ ।

ଜାନୁଆରୀ ମାସ ୮ ତାରିଖରୁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ଜାନୁଆରୀ ୨୩ ତାରିଖରେ ସମାପ୍ତ ହେବ । ପରୀକ୍ଷାର ୧୦ ଦିନ ପୂର୍ବରୁ ପ୍ରାର୍ଥୀମାନେ ସେମାନଙ୍କର କଲ୍ ଲେଟର ଡାଉନଲୋଡ୍ କରିପାରିବେ । ୨୦୨୩ ମସିହା ଡିସେମ୍ବର ମାସ ୩୧ ତାରିଖ ସୁଦ୍ଧା ପ୍ରାର୍ଥୀଙ୍କର ସର୍ବନିମ୍ନ ବୟସ ୨୧ ବର୍ଷ ଓ ସର୍ବାଧିକ ବୟସ ୩୦ ବର୍ଷ ହୋଇଥିବା ଆବଶ୍ୟକ । ବୟସ କୋହଳ ନିୟମ ଅନୁଯାୟୀ ଧାର୍ଯ୍ୟ କରାଯିବ ।

ମୋଟ ୨୫୦ଟି ପଦ ଖାଲି ରହିଥିବା ପ୍ରାର୍ଥୀଙ୍କ ଶିକ୍ଷାଗତ ଯୋଗ୍ୟତା ସ୍ନାତକ ପାସ୍ ରହିଛି । ୟୁଆର, ଅନ୍ୟ ପଛୁଆ ବର୍ଗ (ଓବିସି), ଅନୁସୂଚିତ ଜାତି (ଏସସି), ଅନୁସୂଚିତ ଜନଜାତି (ଏସଟି) ପ୍ରାର୍ଥୀଙ୍କ ପାଇଁ ପଦ ସଂଖ୍ୟା ଅଲଗା ଅଲଗା ରହିଛି । ୟୁଆର, ଓବିସି ପ୍ରାର୍ଥୀଙ୍କ ପାଇଁ ଆବେଦନ ଫିସ୍ ୧୦୦୦ ଟଙ୍କା ରହିଥିବା ବେଳେ ଏସସି, ଏସଟି, ପିଡବ୍ଲ୍ୟୁବିଡି ପ୍ରାର୍ଥୀଙ୍କ ପାଇଁ ୨୫୦ ଟଙ୍କା ରଖାଯାଇଛି । ବିଭିନ୍ନ ରାଜ୍ୟ ଓ ଓଡ଼ିଶାର ୭ଟି ସହରର ପରୀକ୍ଷା କେନ୍ଦ୍ରମାନଙ୍କରେ ପରୀକ୍ଷା ଆୟୋଜିତ ହେବ ।

ଅନଲାଇନ୍ ଆବେଦନ ଲିଙ୍କ: https://ibpsonline.ibps.in/uiicloct23/

ନୋଟିଫିକେସନ ଲିଙ୍କ: https://uiic.co.in/sites/default/files/uploads/recruitment/Recruitment%20of%20AO%20Scale%20I.pdf

Get real time updates directly on you device, subscribe now.