ମୋଦି କ୍ୟାବିନେଟରେ 4 ନୂଆ ସେମିକଣ୍ଡକ୍ଟର ପ୍ରକଳ୍ପକୁ ମଞ୍ଜୁରୀ, ବ୍ୟୟ ହେବ ୪ ହଜାର ୬ ଶହ କୋଟି

ଓଡ଼ିଶାରେ ପ୍ରତିଷ୍ଠା ହେବ ୨ଟି ସେମିକଣ୍ଡକ୍ଟର ମ୍ୟାନୁଫାକଚରିଂ ୟୁନିଟ୍‌ ।

ଭୁବନେଶ୍ବର: ବଡ଼ ସୂଚନା ଦେଇଛନ୍ତି କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ। ଓଡ଼ିଶାରେ ପ୍ରତିଷ୍ଠା ହେବ ୨ଟି ସେମିକଣ୍ଡକ୍ଟର ମ୍ୟାନୁଫାକଚରିଂ ୟୁନିଟ୍‌  ।

କେନ୍ଦ୍ର କ୍ୟାବିନେଟ୍‌ର ଅନୁମୋଦନ ନେଇ କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ସୂଚନା ଦେଇଛନ୍ତି । ସାରା ଦେଶରେ ଆଉ ୪ଟି ସେମିକଣ୍ଡକ୍ଟର ୟୁନିଟ୍‌ ପାଇଁ ମଞ୍ଜୁରୀ ମିଳିଛି ।

ନୂଆ ୪ଟି ସେମିକଣ୍ଡକ୍ଟର ୟୁନିଟ୍‌ ପାଇଁ ୪ ହଜାର ୬ ଶହ କୋଟି ବ୍ୟୟ ହେବ । ଓଡ଼ିଶା ପଞ୍ଜାବ ଓ ଆନ୍ଧ୍ର ପ୍ରଦେଶରେ ଆଉ ୨ଟି ସେମିକଣ୍ଡକ୍ଟର ୟୁନିଟ୍‌ ପ୍ରତିଷ୍ଠା ହେବ ।

ପ୍ରକାଶଥାଉକି, ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଦେଶର ବିକାଶକୁ ବୃଦ୍ଧି କରିବା ପାଇଁ 18,541 କୋଟି ଟଙ୍କାର ପ୍ରକଳ୍ପକୁ ମଞ୍ଜୁରୀ ଦିଆଯାଇଛି ।

ଭାରତ ସେମିକଣ୍ଡକ୍ଟର ମିଶନ ଅଧୀନରେ କ୍ୟାବିନେଟ୍ ଚାରୋଟି ନୂତନ ସେମିକଣ୍ଡକ୍ଟର ପ୍ରକଳ୍ପକୁ ଅନୁମୋଦନ କରିଛି । ଏହି ପ୍ରକଳ୍ପଗୁଡ଼ିକ ପାଇଁ ମୋଟ 4,594 କୋଟି ଟଙ୍କା ଖର୍ଚ୍ଚ ହେବ । ଏହି ପ୍ରକଳ୍ପଗୁଡ଼ିକ ଓଡ଼ିଶା, ପଞ୍ଜାବ ଏବଂ ଆନ୍ଧ୍ର ପ୍ରଦେଶରେ ପ୍ରତିଷ୍ଠା କରାଯିବ। ଏହି ନିବେଶ ଭାରତର ସେମିକଣ୍ଡକ୍ଟର ଇକୋସିଷ୍ଟମକୁ ସୁଦୃଢ଼ କରିବ ଏବଂ ଇଲେକ୍ଟ୍ରୋନିକ୍ସ ଉତ୍ପାଦନ କ୍ଷେତ୍ରକୁ ସୁଦୃଢ଼ କରିବ ।