fbpx

ରାଜ୍ୟରେ ଉଚ୍ଚ ଶିକ୍ଷାନୁଷ୍ଠାନ ଗୁଡ଼ିକର ସାମଗ୍ରୀକ ବିକାଶ ପାଇଁ ପିଏମ୍‍-ଉଷା ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଚିଠି

ଭୁବନେଶ୍ୱର : ଓଡ଼ିଶାରେ ଉଚ୍ଚ ଶିକ୍ଷାନୁଷ୍ଠାନ ଗୁଡ଼ିକର ସାମଗ୍ରିକ ବିକାଶ ପାଇଁପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ ପିଏମ୍-ଉଷା ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ନବୀନପଟ୍ଟନାୟକଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି । ରାଷ୍ଟ୍ରୀୟ ଉଚ୍ଚତର ଶିକ୍ଷାଅଭିଯାନ (ରୁସା)କୁ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ (ପିଏମ-ଉଷା) ନାମରେ ଶୁଭାରମ୍ଭ କରାଯାଇଛି । ଏହି ଯୋଜନାର ଲାଭ ନେବା ପାଇଁ ନିରନ୍ତର ସମର୍ଥନ ଓ ସହଯୋଗ ଦେବାକୁ ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଶ୍ରୀପ୍ରଧାନ ଅନୁରୋଧ କରିଛନ୍ତି ।

କେନ୍ଦ୍ରୀୟ ଅନୁଦାନ ପ୍ରାପ୍ତ ଯୋଜନା ପିଏମ-ଉଷାକୁ କାର୍ଯ୍ୟକାରୀ କରିବା ପାଇଁ ସରକାର ୧୨ ହଜାର ୯୨୬ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି । ମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦୃଷ୍ଟିପୂର୍ଣ୍ଣ ନୂଆ ଜାତୀୟ ଶିକ୍ଷା ନୀତିରେ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ଉଚ୍ଚ ଶିକ୍ଷା କ୍ଷେତ୍ରରେ ଉଚ୍ଚତର ଶିକ୍ଷା ନିମନ୍ତେ ପିଏମ-ଉଷା କେନ୍ଦ୍ରସରକାରଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ।

ପିଏମ୍‍ -ଉଷା ଅଧିନରେ ସରକାର ନୂଆ ଶିକ୍ଷାନୁଷ୍ଠାନ ସ୍ଥାପନ କରିବା ଏବଂ ଉଚ୍ଚତର ଶିକ୍ଷାନୁଷ୍ଠାନଗୁଡିକର ସାମଗ୍ରିକ ଉନ୍ନତି କରିବା ଏହି ଯୋଜନାର ଲକ୍ଷ୍ୟ ରଖିଛନ୍ତି । ଏହି ଯୋଜନାର ଲାଭ ନେବାରେ ଓଡ଼ିଶା ଯେପରି ବଞ୍ଚିତ ନ ହୁଏ, ସେଥିପାଇଁ ତୁରନ୍ତ ଏହା ଉପରେ ପଦକ୍ଷେପ ନେବା ଲାଗି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ପ୍ରଧାନ ତାଙ୍କ ପତ୍ରରେ ମୁଖ୍ୟମନ୍ତ୍ରୀଙ୍କୁ କହିଛନ୍ତି ।

Get real time updates directly on you device, subscribe now.