ଭୁବନେଶ୍ୱର, ୪ା୮(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଏଥିରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ବାଦ ପଡ଼ିନାହାନ୍ତି । ଆଜି ତାଙ୍କର କରୋନା ରିପୋର୍ଟ ପଜିଟିଭ ଆସିଛି । ଏହି ଖବର ସେ ନିଜେ ଟୁଇଟ କରି ଜଣାଇଛନ୍ତି । ସେ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ନେଇ ସୂଚନା ମିଳିଛି । ପୂର୍ବରୁ ତାଙ୍କ କର୍ମଚାରୀ ପଜିଟିଭ ଆସିଥିଲେ । ପ୍ରକାଶ ଯୋଗ୍ୟ ପୂର୍ବରୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା, ତାମିଲନାଡ଼ୁ ରାଜ୍ୟପାଳ ଭଓଁରିଲାଲ ପୁରୋହିତ, କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ୟେଦୁରପ୍ପା କରୋନାରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ।
#COVID19 के लक्षण दिखने पर मैंने टेस्ट करवाया जिसमें मेरी रिपोर्ट पॉज़िटिव आई है। डाक्टरों की सलाह पर मैं अस्पताल में भर्ती हूँ और स्वस्थ हूँ।
— Dharmendra Pradhan (@dpradhanbjp) August 4, 2020