fbpx

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୨ା୯(ଓଡ଼ିଶା ଭାସ୍କର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଆଜି ଚିଠି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ କରିବା ପାଇଁ ସେ ମୁଖ୍ୟମନ୍ତ୍ରୀଙ୍କୁ ଚିଠିରେ ଅନୁରୋଧ କରିଛନ୍ତି । ସେହିପରି ଜାତୀୟ ଡିଜିଟାଲ ସ୍ୱାସ୍ଥ୍ୟ ମିଶନ ଲାଗୁ ପାଇଁ ମଧ୍ୟ ଅନୁରୋଧ କରିଛନ୍ତି । ଆୟୁଷ୍ମାନ ଭାରତରେ ରାଜ୍ୟରେ ୬୦ଲକ୍ଷ ହିତାଧିକାରୀ ଉପକୃତ ହେବେ । ଜାତୀୟ ଡିଜିଟାଲ ସ୍ୱାସ୍ଥ୍ୟ ମିଶନରେ ରାଜ୍ୟର ଲୋକେ ଲାଭ ପାଇବେ । ଦୁର୍ଗମ ଅଞ୍ଚଳର ଲୋକଙ୍କୁ ସ୍ୱାସ୍ଥ୍ୟ ସୁବିଧା ଯୋଗାଇବ ଏହି ଯୋଜନା ବୋଲି ସେ କହିଛନ୍ତି ।

Get real time updates directly on you device, subscribe now.