ଭୁବନେଶ୍ୱର: ରାଜ୍ୟରେ ‘ଲକ୍ଷ୍ମୀ’ ବସରେ ଯାତାୟତ ବେଳେ କ୍ୟାସଲେସ୍ ପେମେଣ୍ଟକୁ ପ୍ରୋତ୍ସାହନ ଦେବା ପାଇଁ ବାଣିଜ୍ୟ ଓ ପରିବହନ ବିଭାଗ ଏବଂ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ ପକ୍ଷରୁ ‘ୟୁପିଆଇ କ୍ୟୁଆର କୋଡ’ର ଶୁଭାରମ୍ଭ କରାଯାଇଛି । ଏହାଦ୍ୱାରା ଯାତ୍ରୀମାନେ ସୁବିଧାରେ କ୍ୟୁଆର କୋଡ ସ୍କାନ କରି ଟଙ୍କା ଦେଇପାରିବେ ।
ଏହି ବ୍ୟବସ୍ଥାର ଶୁଭାରମ୍ଭ କରି ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢୀ ଡିଜିଟାଲ ପେମେଣ୍ଟକୁ ଗୁରୁତ୍ୱ ଦିଆଯାଇଥିବାରୁ ଏହାର ଭୂୟସୀ ପ୍ରଶଂସା କରିଛନ୍ତି ଏବଂ ଓଏସ୍ଆରଟିସିର ଏହି ପଦକ୍ଷେପକୁ ମଧ୍ୟ ସାଧୁବାଦ ଜଣାଇଛନ୍ତି ।
ଓଏସଆରଟିସିର ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଦିପ୍ତେଶ ପଟ୍ଟନାୟକ କହିଛନ୍ତି, ‘ଏହା ବୈଷୟିକ ପ୍ରଗତିକୁ ସୂଚାଉଛି ଏବଂ କ୍ୟୁଆର କୋଡର ଶୁଭାରମ୍ଭ ସାର୍ବଜନୀନ ପରିବହନ ସେବା ପ୍ରତି ପ୍ରତିବଦ୍ଧତାକୁ ପ୍ରତିଫଳିତ କରୁଛି ।
ପରିବହନ କମିଶନର ଶ୍ରୀ ଅମିତାଭ ଠାକୁର ଏହି ଅଭିନବ ପ୍ରୟାସ ଉପରେ ଗୁରୁତ୍ୱାରୋପ କରି କହିଛନ୍ତି, ‘ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ ଏବଂ ଏଚଡିଏଫସି ମଧ୍ୟରେ ଭାଗିଦାରିତା ଏହି ପେମେଣ୍ଟ ପଦ୍ଧତିକୁ ସଫଳ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି ।