fbpx

UPSC CSE 2024 ବିଜ୍ଞପ୍ତି ପ୍ରକାଶ: ୧୦୫୬ଟି ପଦରେ ଦିଆଯିବ ନିଯୁକ୍ତି, ଆରମ୍ଭ ହେଲା ଅନଲାଇନ୍ ଆବେଦନ

ନୂଆଦିଲ୍ଲୀ: ସଂଘୀୟ ଲୋକସେବା ଆୟୋଗ (ୟୁପିଏସସି) ପକ୍ଷରୁ ପ୍ରଶାସନିକ ସେବା ପରୀକ୍ଷା (ସିଏସଇ) ୨୦୨୪ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଇଚ୍ଛୁକ ପ୍ରାର୍ଥୀମାନେ ତଳେ ଦିଆଯାଇଥିବା ନୋଟିଫିକେସନ ଲିଙ୍କକୁ ଯାଇ ସବିଶେଷ ତଥ୍ୟ ପାଇ ପାରିବେ । ଫେବୃଆରୀ ମାସ ୧୪ ତାରିଖରୁ ଅନଲାଇନ୍ ଆବେଦନ ହୋଇସାରିଥିବା ବେଳେ ତାହା ମାର୍ଚ୍ଚ ମାସ ୫ ତାରିଖ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଜାରି ରହିବ ।

ମାର୍ଚ୍ଚ ମାସ ୬ ତାରିଖରୁ ୧୨ ତାରିଖ ମଧ୍ୟରେ ପ୍ରାର୍ଥୀମାନେ ସେମାନଙ୍କର ଆପ୍ଲିକେସନ ଫର୍ମ ସଂଶୋଧନ କରିପାରିବେ । ମେ ମାସ ୨୬ ତାରିଖରେ ପ୍ରିଲିମିନାରୀ ପରୀକ୍ଷା ଆୟୋଜିତ ହେବ । ଚଳିତ ବର୍ଷ ଅଗଷ୍ଟ ମାସ ପହିଲା ସୁଦ୍ଧା ପ୍ରାର୍ଥୀଙ୍କର ସର୍ବନିମ୍ନ ବୟସ ୨୧ ଓ ସର୍ବାଧିକ ବୟସ ୩୨ ବର୍ଷ ହୋଇଥିବା ଆବଶ୍ୟକ । ବୟସ କୋହଳ ନିୟମ ଅନୁଯାୟୀ ଧାର୍ଯ୍ୟ ହେବ । ପ୍ରାର୍ଥୀ ଯେ କୌଣସି ସ୍ୱୀକୃତିପ୍ରାପ୍ତ ବିଶ୍ୱବିଦ୍ୟାଳୟରୁ ଡିଗ୍ରୀ ପାସ୍ କରିଥିବା ଆବଶ୍ୟକ । ଚଳିତ ବର୍ଷ ପ୍ରଶାସନିକ ସେବା ପାଇଁ ୧୦୫୬ଟି ପଦ ଖାଲି ରହିଛି ।

ଅନଲାଇନ୍ ଆବେଦନ ଲିଙ୍କ: ahttps://upsconline.nic.in/upsc/OTRP/index.php

ନୋଟିଫିକେସନ ଲିଙ୍କ: https://upsc.gov.in/sites/default/files/Notif-CSP-24-engl-140224.pdf

Get real time updates directly on you device, subscribe now.