fbpx

ରାଜଧାନୀରେ ଆଜି, କାଲି ଟିକାଦାନ ବନ୍ଦ ରହିବ, ନିଷ୍ପତ୍ତି ନେଲା ବିଏମସି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଗୁଲାବ୍’କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ପ୍ରସ୍ତୁତି ଚଳାଇଛନ୍ତି । ତେବେ ଆଜି, କାଲି ରାଜଧାନୀ ଭୁବନେଶ୍ୱରରେ ଟିକାଦାନ ବନ୍ଦ ରହିବ । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି ।

ସୂଚନାଯୋଗ୍ୟ ଯେ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଗୁଲାବ’ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଜାରି ରହିଛି । ‘ଗୁଲାବ’ ପାଇଁ ୭ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ବାତ୍ୟା ପ୍ରଭାବରେ ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି । ୭ଟି ଜିଲ୍ଲାକୁ ରେଡ୍, ୪ଟି ଜିଲ୍ଲାକୁ ଅରେଞ୍ଜ ଓ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗଞ୍ଜାମ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ପୁରୀ, ଖୋର୍ଦ୍ଧା, ନୟାଗଡ଼, କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

Get real time updates directly on you device, subscribe now.