fbpx

ଶିକ୍ଷକ ଯୋଗ୍ୟତା ପରୀକ୍ଷା ପ୍ରମାଣପତ୍ରର ବୈଧତା ୭ ବର୍ଷରୁ ଆଜୀବନ ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ (ଓଡ଼ିଶା ଭାସ୍କର) : କେନ୍ଦ୍ର ସରକାର ଶିକ୍ଷକ ଯୋଗ୍ୟତା ପରୀକ୍ଷା ପ୍ରମାଣପତ୍ରର ବୈଧତାକୁ ୭ ବର୍ଷରୁ ଆଜୀବନ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ସମ୍ପର୍କରେ କେନ୍ଦ୍ର ଶିକ୍ଷା  ମନ୍ତ୍ରୀ ଶ୍ରୀ ରମେଶ ପୋଖରିୟାଲ ନିଶଙ୍କ ଘୋଷଣା କରିଛନ୍ତି ।

ସରକାରଙ୍କ ଏହି ନିଷ୍ପତ୍ତି ପିଛିଲା ଭାବେ ୨୦୧୧ ଠାରୁ ଲାଗୁ ହେବ ବୋଲି ସେ ସୂଚନା ଦେଇଛନ୍ତି । ଯେଉଁ ପ୍ରାର୍ଥୀମାନଙ୍କର ଶିକ୍ଷକ ଯୋଗ୍ୟତା ପରୀକ୍ଷା  ସାର୍ଟିଫିକେଟର ବୈଧତା ସାତ ବର୍ଷର ଅବଧି ପରେ ଶେଷ ହୋଇଯାଇଛି। ଏହାକୁ ପୁନଃ ଆଜୀବନ ବୈଧ କରିବା ନିମନ୍ତେ ସମ୍ପୃକ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶଗୁଡ଼ିକ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବେ ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ସୂଚନା ଦେଇଛନ୍ତି।

ଶ୍ରୀ ପୋଖରିୟାଲ କହିଛନ୍ତି ଯେ ଶିକ୍ଷା କ୍ଷେତ୍ରରେ କ୍ୟାରିଅର ଗଢ଼ିବା ଲାଗି ଚାହୁଁଥିବା ପ୍ରାର୍ଥୀମାନଙ୍କ ପାଇଁ ନିଯୁକ୍ତି ସୁଯୋଗ ବୃଦ୍ଧି ଦିଗରେ ଏହା ଏକ ସକାରାତ୍ମକ ପଦକ୍ଷେପ ହେବ । ବିଦ୍ୟାଳୟରେ ଶିକ୍ଷକ ଭାବେ ନିଯୁକ୍ତି ପାଇବା ପାଇଁ ଶିକ୍ଷକ ଯୋଗ୍ୟତା ପରୀକ୍ଷା ହେଉଛି ଏକ ଜରୁରି ଯୋଗ୍ୟତା ।

Get real time updates directly on you device, subscribe now.