ସାବଧାନ! ଆଉ ନିସ୍ତାର ନାହିଁ, ୨୫ରୁ ୨୮ ପର୍ଯ୍ୟନ୍ତ ଏହି ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା
ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ପାଣିପାଗ କେନ୍ଦ୍ରର ପରାମର୍ଶ ।
ଭୁବନେଶ୍ବର : ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଥିବା ବେଳେ ଆଗାମୀ କିଛି ଦିନ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଲଘୁଚାପ କ୍ଷେତ୍ର ପ୍ରଭାବରେ ୨୫ରୁ ୨୮ ପର୍ଯ୍ୟନ୍ତ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ଆସନ୍ତା ୪୮ ଘଣ୍ଟାରେ ଘନୀଭୂତି ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ତେବେ କେବଳ ବର୍ଷା ନୁହେଁ ଘଡ଼ଘଡ଼ି ସାଙ୍ଗକୁ ପବନ ବୋହିବାର ମଧ୍ୟ ସମ୍ଭାବନା ରହିଛି ।
ପ୍ରାୟ ସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଓ ୩୦ରୁ ୪୦ କିମି ପବନ ପୂର୍ବାନୁମାନ କରାଯାଇଛି । ତେବେ ବର୍ଷା, ପବନକୁ ଦୃଷ୍ଟିରେ ରଖି ମତ୍ସଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ଅରେଞ୍ଜ୍ ଓ ୟେଲୋ ୱାର୍ଣ୍ଣିଂ ଥିବା ଜିଲ୍ଲା ପ୍ରଶାସନକୁ ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଆକଳନ ଅନୁସାରେ, 25 ଏବଂ 26 ତାରିଖରେ ଦକ୍ଷିଣ ଏବଂ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ । କିଛି ସ୍ଥାନରେ ଭାରୀ ବର୍ଷାର ଆଶଙ୍କା ରହିଛି ।
ଅନ୍ୟପଟେ 27 ତାରିଖରେ ଉପକୂଳ ଏବଂ ଉତ୍ତର ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର ।