fbpx

ବରିଷ୍ଠ କଂଗ୍ରେସ ନେତା ମୋତିଲାଲ ଭୋରାଙ୍କ ପରଲୋକ

Advertisement

ନୂଆଦିଲ୍ଲୀ, ୨୧ା୧୨: ବରିଷ୍ଠ କଂଗ୍ରେସ ନେତା ମୋତିଲାଲ ଭୋରାଙ୍କ ୯୩ ବର୍ଷ ବୟସରେ ପରଲୋକ ଘଟିଛି । ସ୍ୱାସ୍ଥ୍ୟ ଅବସ୍ଥା ଖରାପ ହେବାରୁ ତାଙ୍କୁ ଗତକାଲି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।

ଗତକାଲି ଭୋରାଙ୍କର ଜନ୍ମଦିନ ଥିଲା । ସେ ଦୀର୍ଘସମୟ ଧରି କଂଗ୍ରେସର କୋଷାଧ୍ୟକ୍ଷ ଭାବେ କାର୍ଯ୍ୟ କରିସାରିଛନ୍ତି । ଏଥିସହିତ ସେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଓ ଉତ୍ତରପ୍ରଦେଶର ରାଜ୍ୟପାଳ ରହି ସାରିଛନ୍ତି ।

ତାଙ୍କର ବିୟୋଗରେ କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧି, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ସମେତ ବହୁ ନେତା ଗଭୀର ସମବେଦନା ଜଣାଇଛନ୍ତି ।

Get real time updates directly on you device, subscribe now.