fbpx

ଅଗଷ୍ଟ ୬ ତାରିଖରେ ହେବ ଉପରାଷ୍ଟ୍ରପତି ନିର୍ବାଚନ, ଘୋଷଣା ହେଲା ତାରିଖ

ନୂଆଦିଲ୍ଲୀ: ଦେଶରେ ବର୍ତ୍ତମାନ ରାଷ୍ଟ୍ରପତି ନିର୍ବାଚନକୁ ନେଇ ରାଜନୈତିକ ଦଳମାନେ ଚଳଚଞ୍ଚଳ ହୋଇ ଉଠିଛନ୍ତି । ଆସନ୍ତା ମାସ ୧୮ ତାରିଖରେ ଦେଶରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ । ତେବେ ଏହି ପରିପ୍ରେକ୍ଷୀରେ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି ।
ଘୋଷଣା ଅନୁଯାୟୀ, ଆସନ୍ତା ଅଗଷ୍ଟ ମାସ ୬ ତାରିଖରେ ଭାରତବର୍ଷରେ ଉପରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ । ବର୍ତ୍ତମାନର ଉପରାଷ୍ଟ୍ରପତି ଭେଙ୍କିୟା ନାଇଡ଼ୁଙ୍କ କାର୍ଯ୍ୟକାଳ ଆସନ୍ତା ଅଗଷ୍ଟ ମାସ ୧୦ ତାରିଖରେ ସମାପ୍ତ ହେବାକୁ ଯାଉଛି । ତେଣୁ ଏବେ ପରବର୍ତ୍ତୀ ଉପରାଷ୍ଟ୍ରପତିଙ୍କ ଚୟନ ନେଇ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି ।

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଆସନ୍ତା ଜୁଲାଇ ୫ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ । ଅଗଷ୍ଟ ୬ ତାରିଖ ସକାଳ ୧୦ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ନିର୍ବାଚନ ପ୍ରକ୍ରିୟା ଚାଲିବ । ଏହାପରେ ରାଜନୈତିକ ଦଳମାନେ ୧୯ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ କରିପାରିବେ । ନିର୍ବାଚନ ତାରିଖ ଦିନ ଫଳାଫଳ ପ୍ରକାଶ ପାଇବ ବୋଲି ନିର୍ବାଚନ କମିଶନ ସୂଚନା ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ, ଭାରତର ଉପରାଷ୍ଟ୍ରପତି ରାଜ୍ୟସଭାର ଅଧ୍ୟକ୍ଷ ଅଟନ୍ତି । ରାଜ୍ୟସଭାର ମୋଟ ସଦସ୍ୟ ସଂଖ୍ୟା ୨୫୦ ହୋଇଥିବା ବେଳେ ବେଳେ ଏହାର ସଦସ୍ୟମାନଙ୍କର କାର୍ଯ୍ୟକାଳ ୬ ବର୍ଷ ହୋଇଥାଏ । ପ୍ରତି ଦୁଇବର୍ଷରେ ରାଜ୍ୟସଭାର ଏକତୃତୀୟାଂଶ ସଦସ୍ୟ ଖାଲି ହୋଇଥାନ୍ତି ।

Get real time updates directly on you device, subscribe now.