fbpx

(Video)ଜଳେଶ୍ୱର BDOଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

Advertisement

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ପ୍ରତିଦିନ କେହି ନା କେହି କର୍ମଚାରୀ ଧରାପଡୁଛନ୍ତି । ଏହାରି ମଧ୍ୟରେ ଭିଜିଲାନ୍ସ ଜାଲରେ ଫସିଛନ୍ତି ଜଳେଶ୍ୱର ବିଡିଓ ଅଶ୍ୱିନୀ କୁମାର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍ ହୋଇଥିବା ଜଣାପଡିଛି ।

ତେବେ ଅଶ୍ୱିନୀ କୁମାର ଦାସଙ୍କ ସରକାରୀ ବାସଭବନରେ ରେଡ୍ ଚାଲିଛି । କଟକ ପୈତୃକ ଘର, ଜଳେଶ୍ୱର ଅଫିସ ସମେତ ୬ଟି ସ୍ଥାନରେ ରେଡ୍ ହୋଇଛି । ଭିଜିଲାନ୍ସର ୫ ଜଣିଆ ଟିମ୍ ଏହି ଚଢ଼ାଉ କରୁଛି । ବର୍ତ୍ତମାନ ସୁଦ୍ଧା କେତେ ସମ୍ପତ୍ତି ଜବତ ହୋଇଛି, ସେନେଇ କୌଣସି ସୂଚନା ମିଳିପାରି ନାହିଁ ।

ଉଲ୍ଲେଖଯୋଗ୍ୟ ଯେ, ଗତକାଲି ଭିଜିଲାନ୍ସ ଜାଲରେ ଫସିଥିଲେ ବ୍ଲକ୍ ଶିକ୍ଷାଧିକାରୀଙ୍କ ଅଫିସର କିରାଣୀ । ମୟୂରଭଞ୍ଜ ଜିଲ୍ଲା ବଡସାହି ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର କିରାଣୀ ବିକ୍ରମ ବେହେରାଙ୍କୁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଧରିଥିଲା ଭିଜିଲାନ୍ସ ।

Get real time updates directly on you device, subscribe now.