BIG BREAKING: ମ୍ୟୁନିସିପାଲଟି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍
ଭିଜିଲାନ୍ସ ଜାଲରେ ମ୍ୟୁନିସିପାଲଟି କାର୍ଯ୍ୟନିର୍ବାହୀ ଅଧିକାରୀ
ଜଟଣୀ: ସକାଳୁ ସକାଳୁ ଆକ୍ସନ ମୋଡରେ ଭିଜିଲାନ୍ସ । ଜଟଣୀ ମ୍ୟୁନିସିପାଲଟି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍ ହେଉଥିବା ଜଣାପଡିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ରେଡ୍ ।
ସୂଚନାନୁଯାୟୀ, ଜଟଣୀ ମ୍ୟୁନିସିପାଲଟି କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟ ନାରାୟଣ ପାଟ୍ଟଯୋଶୀଙ୍କ ଘରେ ଚାଲିଛି ଚଢାଉ । ତାଙ୍କ ନାମରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା । ଏହାପରେ ଭିଜିଲାନ୍ସ ଟିମ୍ ଆଜି ବ୍ରହ୍ମପୁର, ଖୋର୍ଦ୍ଧା ସମେତ ଏକକାଳୀନ ୯ଟି ସ୍ଥାନରେ ଚଢାଉ ଜାରି ରଖିଛି ।
ଗତକାଲି ବିଧାନସଭାରେ ଟଙ୍କଧର ତ୍ରିପାଠୀଙ୍କର ପ୍ରଶ୍ନର ଉତ୍ତର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୫ ବର୍ଷରେ ଦୁର୍ନୀତି ଓ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୧୫୯ ଜଣ ସରକାରୀ ଅଧିକାରୀ ଚାକିରି ହରାଇଛନ୍ତି ବୋଲି ସେ କହିଛନ୍ତି ।